ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବୈତରଣୀ ନଦୀରେ ଗାଧୋଉଥିବା ବେଳେ ବୁଡିଯାଇ ଜଣେ ନିଖୋଜ

Published By : Suraj Kumar | July 2, 2025 4:24 PM

ଦଶରଥପୁର, ୨।୭: ଦଶରଥପୁର ବ୍ଲକ ଅନ୍ତର୍ଗତ ସୁନ୍ଦରାଇମୁହଁ ବୈତରଣୀ ନଦୀ ଘାଟରେ ଗାଧୋଉ ଥିବା ବେଳେ ଜଣେ ବ୍ୟକ୍ତି ନିଖୋଜ ହୋଇଛନ୍ତି। ନିଖୋଜ ବ୍ୟକ୍ତି ଜଣକ ବିରଜାପୁର ପଞ୍ଚାୟତ ବାମଦେବପୁର ମାଝୀସାହିର ଫକୁନା ଦାସ(୬୧) । ଯାଜପୁର ଅଗ୍ନିଶମ ବାହିନୀ  ପହଞ୍ଚି   ନଦୀରେ ଖୋଜା ଖୋଜି ଜାରି ରଖିଛନ୍ତି। 

ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଦଶରଥପୁର ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ସୁନ୍ଦରାଇମୁହଁ ବୈତରଣୀ ନଦୀ ଘାଟକୁ ବିରଜାପୁର ପଞ୍ଚାୟତ ବାମଦେବପୁର ମାଝୀସାହିର ଫକୁନା ଦାସ(୬୧) ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ବୁଡିଯାଇ ନିଖୋଜ ହୋଇଥିଲେ।  ଖବର ପାଇ ଯାଜପୁର ଅଗ୍ନିଶମ ବାହିନୀ  ଘାଟ ନିକଟରେ ପହଂଚି ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଥିଲେ ମଧ୍ୟ ଫୁକୁନାଙ୍କ  କୌଣସି ପତ୍ତା ମିଳିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.