ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଲରେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଜଣେ ମୃତ

ଖଲ୍ଲିକୋଟ, ୦୮/୦୪ : ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥୁରିନାଳ ନିକଟସ୍ଥ ବିଲରେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ରେ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କୈରାଶି ଗ୍ରାମର ସିମାଞ୍ଚଳ ସ୍ବାଇଁ ।

ବାରହା  ଫସଲ ଖାଇ ଦେଉଥିବା ରୁ ବିଲ ରେ ବିଦ୍ୟୁତ ତାର ବିଛା ଯାଇଥିଲା। ସୀମାଞ୍ଚଳ ନିକଟସ୍ଥ ଆଉ ଏକ ବିଲ ରେ କାମ କରିବାକୁ ସେହି ବିଲ ରାସ୍ତା ରେ ଯାଉଥିଲେ । ରବିବାର ରାତି ପ୍ରାୟ ୧୧ ଟା ସମୟରେ ପଥରିନାଳ ନିକଟସ୍ଥ ବିଲରେ ବାରାହ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ ଲାଗି ଯାଇଥିଲେ । ଯାହା ଫଳରେ ସିମାଞ୍ଚଳଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ଏ ସମ୍ପର୍କରେ ଖବର ପାଇ ଖଲ୍ଲିକୋଟ ଥାନା ପୋଲିସ ସୋମବାର ଭୋର ସମୟରେ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରି ଖଲ୍ଲିକୋଟ ମେଡ଼ିକାଲ କୁ ପଠାଇ ଥିଲେ । ଏ ସମ୍ପର୍କ ରେ ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇବା ସହ ଜଣଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.