ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ପାଉଁଶ ବୋଝେଇ ଗାଡ଼ି ଧକ୍କାରେ ଜଣେ ଗୁରୁତର, ଗୋରୁ ମୃତ

Published By : Harapriya Sethi | July 24, 2025 12:21 PM

ସମ୍ୱଲପୁର,୨୪/୦୭: ପାଉଁଶ ବୋଝେଇ ଗାଡ଼ି ଧକ୍କାରେ ଜଣେ ଗୁରୁତର ହୋଇଥିବା ବେଳେ ଏକ ଗୋରୁର ମୃତ୍ୟୁ ହୋଇଛି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତର ଖାନରେ ଭର୍ତ୍ତି କରାଯାଇଛି । ସମ୍ୱଲପୁର ଜିଲ୍ଲା ରେଢାଖୋଲ ଅଞ୍ଚଳର ପୁରୁଣା ପେଟ୍ରୋଲ ପମ୍ପ ନିକଟ ୫୫ନଂ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ସକାଳ ପ୍ରାୟ ୧୦ଟା ବେଳେ ଏକ ଟ୍ରକ୍ ପାଉଁଶ ବୋଝେଇ କରି ରେଢ଼ାଖୋଲ ଆସୁଥିଲା । ଏହି ସମୟରେ ସହରର ପୁରୁଣା ପେଟ୍ରୋଲ ପମ୍ପ୍ ନିକଟ ୫୫ନଂ ଜାତୀୟ ରାଜପଥରେ ଏକ ଗୋରୁକୁ ଧକ୍କା ଦେଇ ରାଜପଥ କଡ଼ରେ ଛିଡା ହୋଇଥିବା ଏମଡି ହାରୁନ ଆନସାରୀଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଗୋରୁଟିର ମୃତ୍ୟୁ ହୋଇଥିବା ବେଳେ ହାରୁନ ଗୁରୁତର ଭାବେ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ତେବେ ଗାଡିଟି ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଥିବା ବେଳେ ସହରବାସୀ ଭୀମଭୋଇ ଛକରେ ଗାଡିକୁ ଅଟକାଇଥିଲେ । ଏହାପରେ ୫୫ନଂ ଜାତୀୟ ରାଜପଥକୁ ଅବରୋଧ କରି ପାଉଁଶ ବୋଝେଇ ଗାଡି ଚଳାଚଳ ବନ୍ଦ କରିବା ଦାବି କରିଥିଲେ ଲୋକେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.