ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପିଆଜ ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲ୍‌ପର

Published By : Bijay Swain | March 29, 2025 11:03 PM

ଯୋଡ଼ା,୨୯/୩(ଆପ୍ର): କେନ୍ଦୁଝର ଜିଲ୍ଲା ଯୋଡ଼ା ସହର ସ୍ଥିତ ୟୁନିଅନ ବ୍ୟାଙ୍କ୍‌ ସମ୍ମୁଖ ଫ୍ଲାଏ ଓଭର ତଳେ ଠିଆ ହୋଇଥିବା ଏକ ପିଆଜ ବୋଝେଇ ଟ୍ରକରେ  ନିଆଁ ଲାଗି ଯିବାରୁ ସେଥିରେ ଶୋଇଥିବା ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। 

ଶୁକ୍ରବାର ପିଆଜ ବୋଝେଇ ହୋଇ ଏକ ଟ୍ରକ (ଏମ ଏଚ୍‌ ବିଜି ୭୭୯୪) ମହାରାଷ୍ଟ୍ରରୁ ଯୋଡାକୁ ଆସି ରାତ୍ରି ସମୟରେ ୟୁନିଅନ ବ୍ୟାଙ୍କ୍‌ ସମ୍ମୁଖ ଫ୍ଲାଏ ଓଭର ତଳେ ଡ୍ରାଇଭର ଓ ଖଲାସୀ ଠିଆ କରି ଗାଡି ଭିତରେ ହିଁ ସେମାନେ ଶୋଇଥିଲେ। ରାତି ପ୍ରାୟ ୯ରୁ ୧୦ଟା ମଧ୍ୟରେ ଟ୍ରକର ପଛ ପାଶ୍ୱର୍ରେ କେହି ଦୁବୃର୍ତ୍ତ ନିଆଁ ଲଗାଇ ଦେଇଥିଲା। ଫଳରେ ଟ୍ରକ୍‌ର ତିନୋଟି ଟାୟାର ପୋଡ଼ି ଯାଇଥିଲା। 

ତେବେ ଭିତରେ ଥିବା ଡ୍ରାଇଭର ଓ ଖଲାସୀ ଏକ ଆସନ୍ନ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ବେଳେ ଟ୍ରକ୍‌ର କିଛି ଅଂଶ କ୍ଷତି ଘଟିଥିବା ଦେଖିବାକୁ ମିଳିଛି। ଏହି ଅଗ୍ନିକାଣ୍ଡ ଘଟିବା ପରେ କିଛି ସମୟ ପର୍ଯ୍ୟନ୍ତ ସ୍ଥାନୀୟ ଅଞ୍ଚଳରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଅଗ୍ନିକାଣ୍ଡ ସମ୍ପର୍କରେ  ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଯୋଡା ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.