ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

କନ୍ଧମାଳରେ ଅପରେସନ୍‌ ନୀଳ ଜହର, ୧୩୦ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ

Published By : Harapriya Sethi | December 9, 2024 8:31 AM

ବାଲିଗୁଡା,୦୯/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳରେ ପୋଲିସର ଅପରେସନ ନୀଳ ଜହର ଜାରି । ଏହି ଅପରେସନ୍‌ରେ ବାଲିଗୁଡା ଥାନା ଅନ୍ତର୍ଗତ ବୁଦ୍ରୁକିଆ ଗ୍ରାମ ପଞ୍ଚାୟତର ସିପାଞ୍ଜିରୀ ଓ ଡପାର ସାହି, ବେହେରା ସାହି ଗାଁରେ ସରକାରୀ ଜମି ଓ ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ୧୩୦ ଏକର ଅଞ୍ଚଳର ଗଞ୍ଜେଇ ଚାଷକୁ କାଟି ପୋଡି ଦେଇଛି ବାଲିଗୁଡା ପୋଲିସ ।

ନୀଳଜହର ବା ଗଞ୍ଜେଇର ପେଣ୍ଠସ୍ଥଳି କୁହାଯାଉଥିବା କନ୍ଧମାଳର ବିଭିନ୍ନ ଥାନା ଅଞ୍ଚଳରେ ବେଧଡକ ଗଞ୍ଜେଇ ଚାଷ ହେଉଛି । ବାହାର ରାଜ୍ୟର ମାଫିଆ ଆଦିବାସୀଙ୍କୁ ହାତ କରି ଜଙ୍ଗଲ ଓ ଉପାନ୍ତ ଅଞ୍ଚଳରେ ଚାଷ ସହ ବ୍ୟବସାୟର କାୟା ବିସ୍ତାର କରି ଚାଲିଛନ୍ତି । ଏହାକୁ ରୋକିବାକୁ ବାଲିଗୁଡା ପୋଲିସ ଅପରେସନ ନୀଳଜହର ଦ୍ଵିତୀୟ ଦିନରେ ଏହି ସଫଳତା ପାଇଛି । ପୋଲିସର କାର୍ଯ୍ୟାନୁଷ୍ଠାନ ଫଳରେ ଗଞ୍ଜେଇ ମାଫିଆ ଓ ଚାଷୀ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି । ଏନେଇ ବାଲିଗୁଡା ଥାନାରେ ଏନଡ଼ିପିଏସ ଆକ୍ଟରେ ବେନାମୀ ଚାଷୀ ନାମରେ ମାମଲା ରୁଜୁ ହୋଇଛି । ନୀଳଜହର ଅପରେସନରେ ମାଜିଷ୍ଟ୍ରେଟ ତଥା ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଓ ପୋଲିସ ଉପସ୍ଥିତ ଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.