ମେଷ : ଏକାଦଶ ଚନ୍ଦ୍ର, ଗୁରୁବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚା ଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ବୃଷ : ଦଶମଚନ୍ଦ୍ର ଓ ସକାଳ ୮ଟା ୧୮ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ଗୃହାରମ୍ଭ, ବିଦ୍ୟାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭ କର୍ମରେ ଯୋଗ ଦେଇପାରନ୍ତି । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ଏବଂ ବୈବାହିକ କର୍ମ କରିବେ । ଶତ ପ୍ରତିଶତ ସଫଳତାପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁ ଶଳତା, କର୍ମତତ୍ପରତା, ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମତୃପ୍ତି, ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ: ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଅଥବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକକର୍ମରେ ବିଘ୍ନ ଦେଖାଯିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ ।ଯେଉଁମାନଙ୍କର ଆର୍ଦ୍ରାମିଥୁନ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ : ଅଷ୍ଟମଚନ୍ଦ୍ର ଓ ସକାଳ୮ଟା ୧୮ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣକାଳରେ ସତର୍କତା ଅବଲମ୍ବନ କରିବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ସପ୍ତମଚନ୍ଦ୍ର ଗୁରୁବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଷଷ୍ଠଚନ୍ଦ୍ର ଓ ସକାଳ ୮ଟା ୧୮ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ :କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଘାତବାର ଓ ସକାଳ ୮ଟା ୧୮ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦ ଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ କଳାରେ ନିପୁଣତା ହାସଲ କରିବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ଗର୍ବ ଅନୁଭବ କରିବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ତୃତୀୟ ଚନ୍ଦ୍ର ଗୁରୁବାର ଓ ପଞ୍ଚମୀ ତିଥି ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର ଓ ସକାଳ ୮ଟା ୧୮ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ଧନର ସତ୍ ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଧନ ଆୟ ଅଧିକ କରିବା ପାଇବା ପାଇଁ ନୂତନ କଳାକୌଶଳ ଆପଣାଇବେ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିବାର ସହ କୌଣସି ତୀର୍ଥ ସ୍ଥାନକୁ ଭ୍ରମଣରେ ଯିବେ କିମ୍ବା କୌଣସି ଶୁଭକର୍ମରେ ପରିବାର ସହ ଯୋଗଦେବେ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ଘାତବାର ଯୋଗୁ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା: ଜଗଜ୍ଜନନୀ ମା’ ଭୈରବୀ ।
ମୀନ : ଘାତଚନ୍ଦ୍ର ଯୋଗୁ ଆୟ ୫ଟଙ୍କା ହେଲେ ବ୍ୟୟ ୨୫ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର ବିଷାଦ ଗ୍ରସ୍ତ ରହିବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩