ପ୍ରମୂଖ ଖବର
  • କ୍ରିକେଟର ସବୁ ଫର୍ମାଟକୁ ବାଏ ବାଏ କହିଲେ ପିୟୂଷ ଚାୱଲା
  • ||
  • ଭୁବନେଶ୍ୱର ରେଳ ଭବନ ଠାରେ ଆୟୋଜିତ ନିଯୁକ୍ତି ମେଳାରେ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଅଗଷ୍ଟ ୩ରେ NEET PG, ନୂଆ ତାରିଖ ନେଇ NBEକୁ ସମୟ ଦେଲେ ସୁପ୍ରିମକୋର୍ଟ
  • ||
  • ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, ସବୁ ଋତୁରେ ସହଜ ହେବ ଜମ୍ମୁରୁ ଶ୍ରୀନଗର ଯାତ୍ରା
  • ||
  • RBIର ବଡ଼ ଉପହାର; ଶସ୍ତା ହେବ ଘର-ଗାଡି EMI ,୦.୫୦% କମିଲା ରେପୋ ରେଟ୍
  • ||
  • ବ୍ରହ୍ମପୁର: ବଡ଼ବଜାରର ଥାନା ହରିଡ଼ାଖଣ୍ଡି ପୋଖରୀରୁ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଅନୁଗୁଳ: ଜନ୍ତୁ ଶିକାର ବେଳେ ମାଡି ବସିଲା ବନ ବିଭାଗ, ଜଣେ ଗିରଫ, ୩ କିଲୋ ଜିଆଇ ତାର ଜବତ
  • ||
  • ବାରଙ୍ଗ ଷଣ୍ଢପୁର ନିକଟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ରାସ୍ତାରେ ଏକ ଟ୍ରକ୍ ସହ ଧକ୍କା
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣାରେ ବଡ଼ ଆକ୍ସନ, ଏୟାରପୋର୍ଟରୁ RCB ମାର୍କେଟିଂ ହେଡ୍ ଗିରଫ
  • ||
  • ଅଦିନିଆ ବର୍ଷା କ୍ଷୟକ୍ଷତି ଦାବିରେ ରାସ୍ତା ଅବରୋଧ, କୃଷକ ସଂଗଠନର ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜୀକରଣ
  • ||
  • ଇଂଲଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆ, ଶୁଭମନଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ୍, ବୁମରା ଖେଳିବେ ୩ଟି ଟେଷ୍ଟ
  • ||
  • ବଡ଼ଦେଉଳରେ ରୁକ୍ମିଣୀ ହରଣ ଏକାଦଶୀ ନୀତି, ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ଦର୍ଶନ କଟକଣା
  • ||
  • ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଢିଲା ଟ୍ରମ୍ପ-ମସ୍କ କଳି ; ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ଚାହାନ୍ତି ମସ୍କ, କହିଲେ ଜେଡି ଭାନ୍ସଙ୍କୁ ମିଳୁ ରାଷ୍ଟ୍ରପତି ପଦ
  • ||
  • ଜୁନ୍‌ ୧୨ ଆଗରୁ ଫେରିବନି ମୌସୁମୀ : ଆଗକୁ ଆହୁରି ସିଝାଇବ, ଛଟପଟ କରିବ ତାତି, ଲଘୁଚାପ ହିଁଁ ଭରସା
  • ||

ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଓଟିଇଟି ବାଧ୍ୟତାମୂଳକ ନିର୍ଦ୍ଦେଶକୁ ବିରୋଧ

Published By : Anindita Ratha | June 5, 2025 2:30 PM

ବଙ୍ଗୋମୁଣ୍ଡା,୫।୬: ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଓଟିଇଟି ବାଧ୍ୟତାମୂଳକ ନିର୍ଦ୍ଦେଶକୁ ବିରୋଧ। ରାଜ୍ୟସ୍ତରୀୟ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନ କ୍ରମେ ବଲାଙ୍ଗୀର ଜିଲ୍ଲା ବାଙ୍ଗୋମୁଣ୍ଡା  ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ପ୍ରାଥମିକ ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଓଟିଇଟି ବାଧ୍ୟତାମୂଳକ ନିର୍ଦ୍ଦେଶକୁ ବିରୋଧ କରାଯାଇଛି। ସଂଘର ସଭାପତି କୋଷରାଜ୍ ବେହେରାଙ୍କ ନେତୃତ୍ୱରେ ବଙ୍ଗୋମୁଣ୍ଡା ବିଇଓଙ୍କ ମାଧ୍ୟମରେ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । 

ସୂଚନା ଅନୁଯାୟୀ, ଓଡିଶା ସରକାରଙ୍କ ଦ୍ଵାରା ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତି ସମ୍ବନ୍ଧୀୟ ସଂଶୋଧନ ଅଧିନିୟମ ୨୦୧୯ ଅନୁସାରେ ୧୧.୦୨.୨୦୧୧ ପୁର୍ବରୁ ନିଯୁକ୍ତ ଶିକ୍ଷକମାନଙ୍କ ପାଇଁ ଓଟିଇଟି ଦକ୍ଷତାକୁ ବାଧ୍ୟତା ମୂଳକ କରାଯାଇନାହିଁ । ୧୧.୦୨.୨୦୧୧ ପରେ ନିଯୁକ୍ତ ସମସ୍ତ ଶିକ୍ଷକଙ୍କୁ ଓଟିଇଟିରେ ଉତ୍ତୀର୍ଣ୍ଣ ହେବା ବାଧ୍ୟତାମୂଳକ କରାଯାଇଛି। ଯଦ୍ବାରା ଶିକ୍ଷକ ମହଲରେ ନୈରାଶ୍ୟ  ମନୋଭାବ ସୃଷ୍ଟି ହେବା ସହିତ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ଆଗାମୀ ଦିନରେ ସରକାର ଯଦି ଶିକ୍ଷକମାନଙ୍କର ଦାବି ପ୍ରତି କର୍ଣ୍ଣପାତ ନ କରାଯାଏ ତାହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରି ରାଜରାସ୍ତାକୁ ଓହ୍ଲାଇବାକୁ ଶିକ୍ଷକ ସଂଘ ଚେତାବନୀ ଗେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଉପ-ସଭାପତି ରାଘବ ବାଗ, ଟଙ୍କଧର ବିଶ୍ଵାଳ, ଲଳିତ ସାହୁ, କୋଷାଧ୍ୟକ୍ଷ ଅମିୟ କୁମାର ନାଗ, ସହ- କୋଷାଧ୍ୟକ୍ଷ ସୋମନାଥ କୁମ୍ଭାର, ହିସାବ ସମୀକ୍ଷକ ଦେବରାଜ ମେହେର ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.