ଭୁବନେଶ୍ଵର, ୧୮/୦୩ : ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ବିଧାନସଭାରେ ବିଜେଡି ବିଧାୟକଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ। ପ୍ରତୀକାତ୍ମକ କୋକେଇ ଧରି ବୁଲିଲେ ବିରୋଧୀ। 'ରାମ ନାମ ସତ୍ୟ ହେ' ନାରାବାଜିରେ କମ୍ପିଲା ବିଧାନସଭା। ଧୋଇଗଲା ପ୍ରଶ୍ନକାଳ, ଚାଲିପାରିଲାନି ଗୃହ। ସାଢେ ୧୧ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି। 

ସେପଟେ ବିଧାନସଭା ମୁଲତବୀ ପରେ ବିଜେଡି ଓ କଂଗ୍ରେସ ବିଧାୟକମାନେ କୋକେଇ ଶୋଭାଯାତ୍ରା କରିଛନ୍ତି। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜେଡି ପ୍ରତିବାଦ କରିଛି। ରାଜ୍ୟରେ ସ୍ଵାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ଭୁଶୁଡ଼ି ଯାଇଥିବା ବିରୋଧୀ ଅଭିଯୋଗ କରିଛି। ଅପରେସନ ସକ୍ସସେସଫୁଲ୍ ପେସେଣ୍ଟ ଡେଥ୍। ଆୟୁଷ୍ମାନ ଯୋଜନା ନୁହେଁ ତ ଶ୍ମଶାନ ଯୋଜନା କହି ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ କଟାକ୍ଷ କରିଛନ୍ତି। ସ୍ଵାସ୍ଥ୍ୟ ବିଭାଗ ଏବେ ଲୋକଙ୍କ ମରିଯାଇଛି ବୋଲି ବିରୋଧୀ ଅଭିଯୋଗ ଆଣିଛନ୍ତି।  

ଏହି ଖବରଟିକୁ ପଢନ୍ତୁ- ଅଗ୍ନିକାଣ୍ଡରେ SCB ଟ୍ରମା ଆଇସିୟୁ ଛାରଖାର, ଗୁରୁତରଙ୍କୁ ମିଳୁନି ବେଡ୍, ଚଟାଣରେ ଗଡ଼ୁଛନ୍ତି ରୋଗୀ