ପ୍ରମୂଖ ଖବର
  • ଅବସର ପରେ କରିପାରିବେ ଶିକ୍ଷକତା, ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ
  • ||
  • ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି, ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା
  • ||
  • ମୟୂରଭଞ୍ଜ : ସାପ କାମୁଡାରେ ଚାଲିଗଲା ୨ ମହିଳାଙ୍କ ଜୀବନ
  • ||
  • ଅନ୍ନଦାତାଙ୍କୁ ପିଏମ୍ କିଷାନ ଟଙ୍କା, ୯ କୋଟି ୭୧ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୨୦ତମ କିସ୍ତି
  • ||
  • ଅପରେସନ୍ ଅଖଲ; କୁଲଗାମରେ ଏନକାଉଣ୍ଟର, ଆତଙ୍କୀ ନିପାତ
  • ||
  • କରଞ୍ଜିଆ: ବିଲ ମଝିରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ; ମହିଳା ମୃତ, ପୁରୁଷ ଗୁରୁତର
  • ||
  • ଅପରେସନ୍ ଅଖଲ, ଜମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କୀ ନିପାତ
  • ||
  • ଢେଙ୍କାନାଳ : ଚାଷୀଙ୍କୁ ଦଳିଦେଲା ଦନ୍ତା, ମୁଣ୍ଡରୁ ଅଲଗା ହେଲା ଗଣ୍ଡି
  • ||
  • ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌, ଶଶୁରଙ୍କ ଦଶାହ କର୍ମରେ ଯୋଗ ଦେବାକୁ ମିଳିଛି ଅନ୍ତରୀଣ ବେଲ୍
  • ||
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରାଭେଲର, ୧୩ ଯବାନ ଆହତ

Published By : Rasmita Pradhan | August 2, 2025 7:47 AM

ଛେଣ୍ଡିପଦା, ୦୨/୦୮ : ଟ୍ରକ୍‌କୁ ପଛରୁ ପିଟିଲା OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଯାଉଥିବା ଟ୍ରାଭେଲର। ୧୩ ଯବାନ ଆହତ। ଶନିବାର ଭୋର୍ ପ୍ରାୟ ୪ଟା ୪୦ରେ ଅନୁଗୁଳ ୫୫ନଂ ଜାତୀୟ ରାଜପଥ ମୁଣ୍ଡାସାହି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, OSAP ସେକେଣ୍ଡ ବାଟାଲିଅନର ୧୪ ଜଣ ଯବାନଙ୍କୁ ନେଇ ଏକ ଟ୍ରାଭେଲର ଝାରସୁଗୁଡ଼ାରୁ ଚନ୍ଦକା ଯାଉଥିଲା। ଶନିବାର ଭୋର୍ ପ୍ରାୟ ୪ଟା ୪୦ରେ ଅନୁଗୁଳ ୫୫ନଂ ଜାତୀୟ ରାଜପଥ ମୁଣ୍ଡାସାହି ଛକ ନିକଟରେ ଟ୍ରାଭେଲରଟି ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଥିଲେ। ଖବର ପାଇ ଜରପଡା ପୁଲିସ ଆମ୍ଵୁଲାନ୍ସ ସାହାଯ୍ୟରେ ସମସ୍ତ ଗୁରୁତର ଆହତଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ତେବେ ଆହତ ଯବାନଙ୍କ ମଧ୍ୟରୁ ୩ ରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରାଭେଲର ହେଲପରଙ୍କ ହାତ କଟି ଗାଡି ଭିତରେ ରହି ଯାଇଥିଲା। ପରେ ପୁଣି ମେଡିକାଲ ଷ୍ଟାଫ୍ ଆସି କଟି ଯାଇଥିବା ହାତଟିକୁ ନେଇଥିବା ସୂଚନା ମିଳିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.