ଗୁଣପୁର,୧୩/୦୮: ରାୟଗଡ଼ା ଜିଲ୍ଲା ପଦ୍ମପୁର ଥାନା ଆଖୁସିଂ ନିକଟ ଏନ୍ଏଚ୍‌ ୩୨୬ରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌ । ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛି । 

ସୂଚନା ମୁତାବକ, ପୁରୀରୁ ୪୯ ଜଣ ଯାତ୍ରୀଙ୍କୁ ନେଇ ଏକ OSRTC ବସ୍‌ କୋଟପାଡ଼ ଯାଉଥିଲା । ଏନ୍ଏଚ୍‌ ୩୨୬ରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି ।