ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ସୋଆ ଆଇଏଏସ୍ କୁ ମିଳିବ ଆଉଟଲୁକ୍ ଏକ୍ସିଲେନ୍ସି ସମ୍ମାନ

ଭୁବନେଶ୍ୱର, ୨୯/୦୨ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନସେସ୍‌( ଆଇଏଏସ୍‌) କୁ ଆଉଟଲୁକ୍‌ ଏକ୍ସିଲେନ୍ସି  ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି ।

ଶିକ୍ଷା, ଗବେଷଣା ଓ ସମ୍ପ୍ରସାରଣ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଇଏଏସ୍‌କୁ ଏହି ସମ୍ମାନ ପ୍ରଦାନ କରାଯିବ । ୨୦୧୩ ମସିହାରେ ପ୍ରତିଷ୍ଠିତ ଏହି କୃଷି ମହାବିଦ୍ୟାଳୟର ସବୁ ବିଭାଗରେ ସ୍ନାତକ, ସ୍ନାତକୋତର ଓ ପିଏଚ୍‌ଡି   ଶିକ୍ଷାଦାନ ପ୍ରଦାନ କରିବା ସହିତ ଆଧୁନିକ ଜ୍ଞାନ ସମ୍ବଳିତ ଗବେଷଣା ଓ ସମ୍ପ୍ରସାରଣ ଦିଗରେ କାର୍ଯ୍ୟ କରିବାକୁ ପ୍ରୋତ୍ସାହିତ କରାଯାଇଥାଏ । ରାଜ୍ୟର ଏକ ପ୍ରମୁଖ କୃଷି ମହାବିଦ୍ୟାଳୟ ଭାବେ ଆଇଏଏସ୍‌ ସୁନାମ ଅର୍ଜନ କରିପାରିଛି । 

ଉନ୍ନତ ମାନର ଶିକ୍ଷା ପ୍ରଣାଳୀ ସହିତ ଛାତ୍ରଛାତ୍ରୀ ମାନଙ୍କର ଅନ୍ତର୍ନିହିତ ବିକାଶ ଦିଗରେ ମଧ୍ୟ ପଦକ୍ଷେପ ନେଇ  ଏହି ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବ ବୋଲି ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର)  ମନୋଜରଂଜନ ନାୟକ କହିଛନ୍ତି । ଏହି ସଫଳତା ପାଇଁ   କୃଷି ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟପିକା ଓ ଛାତ୍ରଛାତ୍ରୀ ପ୍ରଫେସର ନାୟକଙ୍କୁ ଅଭିନନ୍ଦନ ଜଣାଇଛନ୍ତି । 

ଜାତୀୟ ସ୍ତରରେ ମିଳିବାକୁ ଯାଉଥିବା ଏହି ସମ୍ମାନ ଓ ସଫଳତା ପାଇଁ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ରାଉତ ସମସ୍ତ ଅଧ୍ୟାପକ , ଅଧ୍ୟାପିକା , ଛାତ୍ର ଛାତ୍ରୀ ଓ କର୍ମଚାରୀମାନଙ୍କୁ  ସେମାନଙ୍କ ଉଦ୍ୟମ ଓ ଅବଦାନ ପାଇଁ କୃତଜ୍ଞତା ଜଣାଇଛନ୍ତି ।  

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.