ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପଦ୍ମଶ୍ରୀ ଡ. ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନ, ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ୦୩/୦୨: ଓଡ଼ିଆ ଭାଷାର ବିଶାଳ ମହାକୁମ୍ଭ ଆରମ୍ଭ । ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମ୍ମିଳନୀ ଉଦ୍‌ଘାଟନ ଉତ୍ସବରେ ଏକ, ମନ, ଏକ ସ୍ୱର ଏବଂ ଏକ ପ୍ରାଣ ହୋଇ ‘ବନ୍ଦେ ଉତ୍କଳ ଜନନୀ...’ ଗାନ କରାଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ୱୋଧିତ କରିଥିଲେ । କହିଥିଲେ ଯେ ଆମେ ଓଡିଆ, ଓଡିଆ ଆମ ଭାଷା, ଆମ ପରିଚୟ ।

ଏହି ଉତ୍ସବରେ ବିଶିଷ୍ଟ ଭାଷାବିତ୍‌ ପଦ୍ମଶ୍ରୀ ଡ. ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନାର ସ୍ୱୀକୃତି ସ୍ୱରୂପ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରସ୍କାର ବାବଦରେ ୨୦ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ତେବେ ଓଡିଆ ଭାଷାର ବିକାଶ ପାଇଁ ଓଡିଆ ଭାଷା ପ୍ରତି ବିଶେଷ ଅବଦାନ ଦେଇଥିବା ବ୍ୟକ୍ତିତ୍ୱଙ୍କୁ ପ୍ରତି ୫ ବର୍ଷରେ ଥରେ ଏହି ପୁରସ୍କାର ପ୍ରଦାନ କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.