PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଣ୍ଟାବାଞ୍ଜି : ପ୍ରାଥମିକ ବିଦ୍ୟାଳୟର ତାଲା ଭାଙ୍ଗି ଲୁଟ୍
  • ||

ପଦ୍ମପୁର ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱରୁ ବାଦ୍ ଦିଆଯାଉ: ବିଜେପି

ଭୁବନେଶ୍ୱର, ୧୯/୧୧ : ନିର୍ବାଚନମଣ୍ଡଳୀରେ ଥିବା କୌଣସି ସରକାରୀ ଅଧିକାରୀ କିମ୍ବା  ସରକାରୀ ଚାକିରୀ କରୁଥିବା ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟୀତ୍ୱ ଦେବା ପାଇଁ ବାରଣ କରାଯାଇଛି । ତେଣୁ ଆଗାମୀ ପଦ୍ମପୁର ଉପନିର୍ବାଚନ ପରିଚାଳନା ପରିପ୍ରେକ୍ଷୀରେ ନିର୍ବାଚନମଣ୍ଡଳୀର ସମସ୍ତ “କାର୍ଯ୍ୟରତ କିମ୍ବା ବାସିନ୍ଦା” ସରକାରୀ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱରୁ ବାଦ୍ ଦିଆଯାଉ । ସେହିପରି ମତଦାନ ସମୟରେ ମୋବାଇଲ ଫୋନ ବ୍ୟବହାର ଉପରେ ସଂପୂର୍ଣ୍ଣ ରୋକ ଲଗାଯାଉ । ଏଥି ସହ ଆଗାମୀ ପଦ୍ମପୁର ଉପ ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀ ବର୍ତ୍ତମାନରୁ ବିହୀତ ପଦକ୍ଷେପ ଗ୍ରହଣ କରିବା ଦାବୀରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ରଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବୀ ଜଣାଇଛନ୍ତି ।

ଏହି ପ୍ରତିନିଧିଦଳରେ ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାସ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଓ ସହମୁଖ୍ୟ ସୁଜିତ କୁମାର ଦାସ ଏବଂ ଲିଗାଲ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।