ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ: 'ମା’ ମାନଙ୍କ ହାତରେ ରହିଛି କାର୍ଯ୍ୟକ୍ରମ ସଫଳତାର ଚାବିକାଠି'

ଭୁବନେଶ୍ୱର ୧୪/୯: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ। ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି। 

‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇଦିଆଯିବ। ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ। ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, 5Tର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟକରିବ ବୋଲି ମୁଁ ଦୃଢ ନିଶ୍ଚିତ। ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ।  କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ। ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ। ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି। ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ। କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଶ୍ରୀ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Copyright © 2022 - Summa Real Media Private Limited. All Rights Reserved.