ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୋଆ ପ୍ରତିଷ୍ଠାତାଙ୍କୁ ଭେଟିଲେ ପଦ୍ମଶ୍ରୀ ଡ. ଅଶୋକ ମହାପାତ୍ର

Published By : Anindita Ratha | May 4, 2025 2:54 PM

ଭୁବନେଶ୍ୱର,୦୪/୦୫: ୨୦୨୫ର ପଦ୍ମଶ୍ରୀ ବିଜେତା ପ୍ରଫେସର ଅଶୋକ କୁମାର ମହାପାତ୍ର ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି । ଗତ ୨୮ ତାରିଖରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଫେସର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ । ଭେଷଜ ବିଜ୍ଞାନ କ୍ଷେତ୍ରରେ ନିଜର ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ଦେଶର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ମହାପାତ୍ର ସୋଆର ପୂର୍ବତନ କୁଳପତି ଥିଲେ । 

ବର୍ତ୍ତମାନ ସେ ବିଶ୍ୱବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦବିରେ ଅଧିଷ୍ଠିତ ଅଛନ୍ତି । ନୂଆଦିଲ୍ଲୀ ସ୍ଥିତ ଏମ୍‌ସ ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ଭାବେ କାର୍ଯ୍ୟ କରିଥିବା ପ୍ରଫେସର ମହାପାତ୍ର ଭୁବନେଶ୍ୱର ଏମ୍‌ସରେ ପ୍ରଥମ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଥିଲେ । ବିଶ୍ୱର ଶ୍ରେଷ୍ଠ ୫ ଜଣ ନ୍ୟୁରୋସର୍ଜନଙ୍କ ମଧ୍ୟରେ ତାଙ୍କୁ ମାନ୍ୟତା ଦିଆଯାଇଛି । ନୂଆଦିଲ୍ଲୀରୁ ଫେରିବା ପରେ ପ୍ରଫେସର ମହାପାତ୍ର ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟି ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିଭିନ୍ନ ଆଲୋଚନା କରିଥିଲେ । ପ୍ରଫେସର ନାୟକ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.