ପ୍ରମୁଖ ଖବର
  • କେନ୍ଦୁଝର : ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା, ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
  • ||
  • କଟକ : କାଠଯୋଡି ନଦୀରୁ ଅଚିହ୍ନା ଶବ ଉଦ୍ଧାର
  • ||
  • ଭୁବନେଶ୍ୱର: ବୁଧବାର ଜମୁଛି ବେପାର, ଆମିଷ ଦର ତାଲିକା ମାରିବା ବାଧ୍ୟତାମୂଳକ
  • ||
  • ଭୁବନେଶ୍ୱର: ଟିଟିଏସ୍‌ରୁ ଅଳିଆ ହଟାଇବାକୁ ବିଏମ୍‌ସିର ଜୋରଦାର୍‌ ପ୍ରୟାସ, ୧୫ ଦିନରେ ୧୮ ହଜାର ଟନ୍‌ ପ୍ରୋସେସିଂ
  • ||
  • ଉତ୍ତରକାଶୀ: ଏମିତି କଟିଲା ୧୭ ଦିନ; ଭିଡିଓ ଗେମ୍‌, ଚେସ୍‌ର ବି ମଜାନେଲେ ଯୋଗ, ବ୍ୟାୟାମ କରି ନିଜକୁ ଫିଟ୍‌ ରଖିଲେ
  • ||
  • ଭୁବନେଶ୍ଵର : ୩୦ରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲ୍‌ ବ୍ରାଣ୍ଡିଂ, ଲାଗିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଷ୍ଟିକର
  • ||
  • ଭୁବନେଶ୍ଵର : ବାତ୍ୟା ପାଇଁ ସଜାଗ ୭ ଜିଲ୍ଲା, ଚାଷୀଙ୍କୁ ଅଦିନିଆ ବର୍ଷା ଚିନ୍ତା
  • ||

ପଦ୍ମପୁର ଉପ ନିର୍ବାଚନ : ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ; ୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀ ପତ୍ର କାଏମ

ଭୁବନେଶ୍ଵର, ୧୮/୧୧ : ପଦ୍ମପୁର ଉପ ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ପର୍ବ ଜୋରସୋରରେ ଆରମ୍ଭ ହୋଇଛି। ଶୁକ୍ରବାର ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବି ସରିଛି । ପ୍ରାର୍ଥୀପତ୍ର ଦାଖଲ କରିଥିବା ୧୩ଜଣଙ୍କ ମଧ୍ୟରୁ ୧୧ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଛି । ବିଜେପି, ବିଜେଡି ଏବଂ କଂଗ୍ରେସ ତିନି ପ୍ରମୁଖ ଦଳର ପ୍ରାର୍ଥୀପତ୍ର କାଏମ ରହିଛି । ସ୍ଵାଧୀନ ପ୍ରାର୍ଥୀ ଜୟନ୍ତ ଥାପ୍ପା ଏବଂ ଦେବେନ୍ଦ୍ର ସୁନାନୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି । ଗତକାଲି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ ଥିଲା।  ଆଉ ଶେଷ ଦିନରେ ବିଜେପି, ବିଜେଡି ଏବଂ କଂଗ୍ରେସ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଉପ ନିର୍ବାଚନ ହେବାକୁ ଯାଉଛି । ବିଜେଡି ଦିବଙ୍ଗତ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହାଙ୍କୁ ପ୍ରାର୍ଥୀ କରିଥିବାବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ମଇଦାନକୁ ଓହ୍ଲାଇଛି। କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି। ଆଉ ଏବେ ପଦ୍ମପୁରରେ ଜୋର ଧରିବ ନିର୍ବାଚନ।

Copyright © 2022 - Summa Real Media Private Limited. All Rights Reserved.