ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ୬ ଆହତ

ପଦ୍ମପୁର, ୧୨/୦୬ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ବରଗଡ଼ ଜିଲ୍ଲା ପଦ୍ମପୁର ପାଟଣାଗଡ଼ା ରାସ୍ତା ସୁଲିଆ ଗାଁ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାନୁଯାୟୀ, ଏକ କାର୍ ଛତିଶଗଡ଼ ବିଳାସପୁରରୁ ହରିଶଙ୍କର ଯାଉଥିଲା। ହେଲେ ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ ଗାଁ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଫଳରେ ଗାଡି ଭିତରେ ଥିବା ୬ଜଣ ଦୁର୍ଘଟଣାରେ ଶିକାର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପଦ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।