ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଡାକ୍ତରଖାନାରେ ନର୍ସଙ୍କ ଭୂମିକାକୁ ପ୍ରଶଂସା କଲେ ପଦ୍ମଶ୍ରୀ ପ୍ରଫେସର ଅଶୋକ ମହାପାତ୍ର, କହିଲେ ‘ସେମାନଙ୍କ ସେବା ଯୋଗୁ ହିଁ ରୋଗୀ ସୁସ୍ଥ ହୋଇଥାନ୍ତି’...

Published By : Ladu Kishor | May 5, 2025 10:09 PM

ଭୁବନେଶ୍ୱର ୫/୫: ଡାକ୍ତର ମାନେ ରୋଗୀଙ୍କର ଚିକିତ୍ସା କରୁଥିବା ବେଳେ ସେମାନଙ୍କର ସେବା ଓ ଯତ୍ନ ସେବିକା ମାନେ ହିଁ କରିଥାନ୍ତି। ସେମାନେ ରୋଗୀଙ୍କ ପାଖରେ ଦିନ ରାତି ରହି ସେମାନଙ୍କୁ ସୁସ୍ଥ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ତେଣୁ ଜଣେ ରୋଗୀ ସୁସ୍ଥ ହେବାରେ ନର୍ସ ମାନଙ୍କର ଭୂମିକା ଅନେକ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର। 

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ-୨୦୨୫ ପାଳନ ଅବସରରେ ସୋଆର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ତଥା ପୂର୍ବତନ କୁଳପତି ଏବଂ ନିକଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଫେସର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ ହସ୍ପିଟାଲର ଉତମ ରୋଗୀ ସେବାରେ ନର୍ସ ମାନଙ୍କ ଭୂମିକାର ଉଚ୍ଚ ପ୍ରଶଂସା କରିଥିଲେ। 

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନର୍ସମାନଙ୍କୁ ସଶକ୍ତ କରିବା, ସଚେତନ କରିବା, ସମସ୍ୟାର ସମାଧାନ କରିବା ଏବଂ ସେମାନଙ୍କୁ ଚାପମୁକ୍ତ କରିବା ନିମନ୍ତେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ବୋଲି କହିଥିଲେ । 

ଏହି କାର୍ଯ୍ୟକ୍ରମରେ ଓଲିଉଡ୍ ଅଭିନେତ୍ରୀ ଭୂମିକା ଦାସ ଏବଂ ସାମାଜିକ କର୍ମୀ ସୁଶ୍ରୀ ଆରତୀ ଦେବୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ରାଷ୍ଟ୍ର ଗଠନରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ନିଜ ପରିବାରକୁ ପଛରେ ପକାଇ ରୋଗୀଙ୍କ ସେବା କ୍ଷେତ୍ରରେ ନର୍ସ ମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ଏବଂ ଅତୁଳନୀୟ ବୋଲି କହିଥିଲେ। 

ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମୀନତି ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଆଡିସ୍‌ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ଶୋଭା ମଞ୍ଜରୀ ସାମଲ  ଧନ୍ୟବାଦ ଅର୍ପଣ କରିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.