PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସମୀକ୍ଷା

ଭୁବନେଶ୍ୱର, ୩୧ ।୫(ବ୍ୟୁରୋ): ବୁଣାକାର ଓ କାରିଗରମାନେ ହେଉଛନ୍ତି ରାଜ୍ୟର ଗର୍ବ ଓ ଗୌରବ । ସେମାନଙ୍କ ମାଧ୍ୟମରେ ଆମ କଳା ଓ ସଂସ୍କୃତି ସମଗ୍ର ବିଶ୍ୱରେ ପରିଚିତ । ତେଣୁ ସେମାନଙ୍କ ସର୍ବାଙ୍ଗୀନ ଉନ୍ନତି ଆମର ଲକ୍ଷ୍ୟ ହେବା ଆବଶ୍ୟକ । ଏଥିପାଇଁ ବୁଣାକାର ଓ କାରିଗରମାନଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ସହ ସେମାନଙ୍କ ନିକଟରେ ପହଞ୍ଚିବା ପାଇଁ ପ୍ରଚେଷ୍ଟା କରିବାକୁ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ପରାମର୍ଶ ଦେଇଛନ୍ତି ।

ଶୁକ୍ରବାର ଅପରାହ୍ନରେ ନୂତନ ଭାବେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଦିଆନ ବିଭାଗ ପରିଦର୍ଶନ କରିବା ସହ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଥିଲେ । ମନ୍ତ୍ରୀଙ୍କୁ ବିଭାଗ ତରଫରୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା । ଏହି ସମୀକ୍ଷା ସମୟରେ ବିଭାଗୀୟ ଅଧିକାରୀମାନେ ମନ୍ତ୍ରୀଙ୍କୁ ବିଭାଗର ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ । ଏଥିସହିତ ବୁଣାକାର ଓ କାରିଗରମାନଙ୍କ ଜୀବନଜୀବିକା ଏବଂ ସାମାଜିକ ସଶକ୍ତିକରଣ ନିମନ୍ତେ ଗ୍ରହଣ କରାଯାଇଥିବା ପଦକ୍ଷେପଗୁଡିକ ସମ୍ପର୍କରେ ଅବଗତ ହୋଇଥିଲେ । ସମୀକ୍ଷା ସମୟରେ ମନ୍ତ୍ରୀ ଶ୍ରୀମତୀ ଦିଆନ୍‌ ବାତ୍ୟା କ୍ଷତିଗ୍ରସ୍ତ ବୁଣାକାର ଓ କାରିଗରମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ତ୍ୱରିତ ପଦକ୍ଷେପ ନେବା ଉପରେ ଗୁରୁତ୍ୱାରୋପ କରିଥିଲେ । କୋଟପାଡ ହସ୍ତତନ୍ତ ବସ୍ତ୍ରର ସମଗ୍ର ଦେଶରେ ବିଶେଷ ଚାହିଦା ଓ ଆକର୍ଷଣ ଥିବାରୁ ଏହି ଅଞ୍ଚଳ ଉପରେ ଗୁରୁତ୍ୱ ଦେବା, ବୁଣାକାରମାନଙ୍କ ନିକଟରେ କିପରି କଞ୍ଚାମାଲ ଉପଲବ୍ଧ ହେବ ସେଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ ।

ମନ୍ତ୍ରୀଙ୍କ ସମୀକ୍ଷା ସମୟରେ ବିଭାଗୀୟ ଶାସନ ସଚିବ ଶୁଭା ଶର୍ମା, ସ୍ୱତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ଯୁଗ୍ମ ସଚିବ ବୃନ୍ଦାବନ ବେହେରା, ଅଞ୍ଜନା ପଣ୍ଡା, ବୟନଶିଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ବାରିକ, ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶକ ବସନ୍ତ ଦାସ ତଥା ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।