ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଭାରତର ଆକ୍ସନ ଜାରି, ଧ୍ବଂସ ହେଲା ୩ ଆତଙ୍କବାଦୀଙ୍କ ଘର

Published By : Anindita Ratha | April 27, 2025 10:23 AM

ନୂଆଦିଲ୍ଲୀ,୨୭/୦୪:କାଶ୍ମୀରରେ ଲୁଚି ରହିଥିବା ଆତଙ୍କବାଦୀଙ୍କ ଉପରେ ଭାରତୀୟ ସେନାର ଆକ୍ରମଣ ଜାରି ରହିଛି। ପହଲଗାମ ଆକ୍ରମଣରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଆଉ ୩ଟି ଘର ଧ୍ୱଂସ କରିଛି ସେନା। ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ଗତ ୬ ଦିନରେ ୧୦ ଜଣ ଆତଙ୍କବାଦୀଙ୍କ ଘର ଭଙ୍ଗା ଯାଇଛି। 

ତେବେ ଗତ ମଙ୍ଗଳବାର ଆତଙ୍କବାଦୀମାନେ ପହଲଗାମ୍‌ର ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳ ବୈସରନରେ ଆକ୍ରମଣ କରି ୨୬ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ସୁରକ୍ଷା ବଳ ସମଗ୍ର ଉପତ୍ୟକାରେ ଥିବା ଜଣାଶୁଣା ଆତଙ୍କବାଦୀ ସଂଗଠନ ଏବଂ ସେମାନଙ୍କ ସହଯୋଗୀଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରଖିଛି। ଆତଙ୍କବାଦ ସହ ଜଡ଼ିତ ଅନ୍ୟମାନଙ୍କ ବିରୋଧରେ ମଧ୍ୟ ଅନୁରୂପ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ କହିଛନ୍ତି। ବର୍ତ୍ତମାନ  ଜାମ୍ମୁ-କାଶ୍ମୀରରେ ଗୋଟିଏ ପରେ ଗୋଟିଏ ଆତଙ୍କବାଦୀଙ୍କ ଘର ବୋମାରେ ବିସ୍ଫୋରଣ କରି ଉଡ଼ାଇ ଦିଆଯାଉଛି।  ଗତ ୬ ଦିନରେ  ସୁରକ୍ଷା ବାହିନୀ ଜମ୍ମୁ ଏବଂ କାଶ୍ମୀରରେ ଅନେକ ଆତଙ୍କବାଦୀଙ୍କ ଘର ଭାଙ୍ଗି ଉଡ଼ାଇ ଦେଇଛି। ଏବେ ପୁଣି ପାକିସ୍ତାନରେ କାର୍ଯ୍ୟରତ କୁପୱାଡ଼ାରେ ଥିବା ଲସ୍କର-ଏ-ତୈବା ଆତଙ୍କବାଦୀ ଫାରୁକ ଅହମ୍ମଦଙ୍କ ଘର ଉଡ଼ାଇ ଦିଆଯାଇଛି। ପହଲଗାମ ଆକ୍ରମଣ ପରେ ଏହା ଷଷ୍ଠ କାର୍ଯ୍ୟାନୁଷ୍ଠାନ। ଫାରୁକଙ୍କ ଘର ସହିତ,ଅନ୍ୟ ଆତଙ୍କବାଦୀଙ୍କ ସହ ଜଡିତ ସମ୍ପତ୍ତିକୁ ମଧ୍ୟ ଟାର୍ଗେଟ କରାଯାଇଛି।

ଏହା ପୂର୍ବରୁ ଅନନ୍ତନାଗ ଜିଲ୍ଲାର ଥୋକରପୁରାରୁ ଆଦିଲ ଅହମ୍ମଦ ଥୋକର ଘର, ପୁଲୱାମାର ମୁରାନରୁ ଅହସାନ ଉଲ ହକ ଶେଖ, ଟ୍ରାଲରୁ ଆସିଫ ଅହମ୍ମଦ ଶେଖ, ଶୋପିଆଁର ଚୋଟିପୋରାରୁ ସହିଦ ଅହମ୍ମଦ କୁଟ୍ଟେ ଏବଂ କୁଲଗାମର ମାଥାଲହମାରୁ ଜାହିଦ ଅହମ୍ମଦ ଗାନିର ଉଡ଼ାଇ ଦିଆଯାଇଛି। ସେହିପରି ଶନିବାର ଶ୍ରୀନଗରରେ ୨ ଡଜନରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରାଯାଇଛି। ଅନନ୍ତନାଗ ଜିଲାରେ ୨୪ ଘଣ୍ଟିଆ ତଲାସି ଅଭିଯାନ ଜାରି ରହିଥିବାବେଳେ ସୁରକ୍ଷା ବଳ ସଜାଗ ରହିଛନ୍ତି।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.