ପ୍ରମୂଖ ଖବର
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

'ପ୍ରଧାନମନ୍ତ୍ରୀ ମୋଦି ଆମେ ଆପଣଙ୍କ ସହିତ ଅଛୁ'; ଇଟାଲି-ଫ୍ରାନ୍ସ-ଇଜ୍ରାଏଲ ସମେତ ଅନେକ ଦେଶର ଭାରତକୁ ସମର୍ଥନ

Published By : Anindita Ratha | April 25, 2025 8:26 AM

ନୂଆଦିଲ୍ଲୀ,୨୫/୦୪: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ  ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ବିଶ୍ୱର ବିଭିନ୍ନ ଦେଶ ଏହି ଦୁଃଖର ମୁହୂର୍ତ୍ତରେ ଭାରତ ସହିତ ଠିଆ ହୋଇଛନ୍ତି। ଗୁରୁବାର ଦିନ ଇଜିପ୍ଟ, ଇଟାଲୀ ଏବଂ ଫ୍ରାନ୍ସର ରାଷ୍ଟ୍ରମୁଖ୍ୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ରେ କଥାବାର୍ତ୍ତା କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ, ଆମେ ଆତଙ୍କବାଦ ବିରୋଧରେ ଭାରତ ସହିତ କାନ୍ଧକୁ କାନ୍ଧ ମିଶାଇ ଛିଡ଼ା ହୋଇଛୁ। 

ଅନ୍ୟପଟେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରି କହିଛନ୍ତି ଯେ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ସମୟରେ ସେ ଜାମ୍ମୁ ଓ କାଶ୍ମୀରରେ ହୋଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣରେ ନିର୍ଦ୍ଦୋଷ ଲୋକଙ୍କ ନିର୍ମମ ହତ୍ୟା ପାଇଁ ନିଜର ବ୍ୟକ୍ତିଗତ ସମବେଦନା ପ୍ରକାଶ କରିଥିଲେ। ସେ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ଭାରତର ଜନସାଧାରଣଙ୍କ ପ୍ରତି ପୂର୍ଣ୍ଣ ସମର୍ଥନ ଏବଂ ଏକତା ପ୍ରକାଶ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏପରି ବର୍ବରତା ସମ୍ପୂର୍ଣ୍ଣ ଭାବରେ ଗ୍ରହଣୀୟ ନୁହେଁ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସମର୍ଥନ ବାର୍ତ୍ତା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଅପରାଧୀମାନଙ୍କୁ ନ୍ୟାୟ ଦେବା ପାଇଁ ଭାରତର ଦୃଢ଼ ସଂକଳ୍ପ ଜଣାଇଥିଲେ।

ସେହିପରି ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରି ଭାରତ ମାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର କଡ଼ା ନିନ୍ଦା କରିଛନ୍ତି। ସେ ପୀଡିତମାନଙ୍କ ପାଇଁ ତାଙ୍କର ସମବେଦନା ଏବଂ ପ୍ରାର୍ଥନା ପ୍ରକାଶ କରିଛନ୍ତି। ସେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା ମଧ୍ୟ କରିଛନ୍ତି। ଆତଙ୍କବାଦ ବିରୋଧରେ ଲଢ଼େଇରେ ଇଟାଲୀର ପୂର୍ଣ୍ଣ ସମର୍ଥନ ପ୍ରକାଶ କରିଛନ୍ତି। ଭାରତ ଏବଂ ଇଟାଲୀ ଆତଙ୍କବାଦ ବିରୋଧୀ ପ୍ରୟାସକୁ ମଜବୁତ କରିବା ପାଇଁ ଅନ୍ତର୍ଜାତୀୟ ମଞ୍ଚ ସମେତ ମିଳିତ ଭାବରେ କାମ କରିବା ଜାରି ରଖିବେ।" ଏହା ବ୍ୟତୀତ ଇଜିପ୍ଟର ରାଷ୍ଟ୍ରପତି ଅବଦୁଲ ଫତାହ ଅଲ-ସିସି ମଧ୍ୟ ପହଲଗାମ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହୋଇଥିଲେ। ରଣଧୀର ଜୟସୱାଲ  ସୋସିଆଲ ମିଡ଼ିଆରେ ଏକ୍ସରେ ସୂଚନା ଦେଇଛନ୍ତି, "ମିଶର ରାଷ୍ଟ୍ରପତି ଅଲ-ସିସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କରି ଭାରତ ମାଟିରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ସମବେଦନା ଜଣାଇଥିଲେ। ସେ ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଥିଲେ। ତେବେ ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କରିଥିଲେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.