ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତକୁ ପୂର୍ଣ୍ଣ ସହଯୋଗ କରିବାକୁ ଆମେରିକାର ପ୍ରତିଶ୍ରୁତି, କହିଲା 'ଏହା ଆମର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର'...

Published By : Prameya | May 6, 2025 5:23 PM

ନୂଆଦିଲ୍ଲୀ: ଆମେରିକା ସଂସଦର ବାଚସ୍ପତି ମାଇକ ଜନସନ ଭାରତକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ବୋଲି ବର୍ଣ୍ଣନା କରିଛନ୍ତି। ସେ ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତକୁ ପୂର୍ଣ୍ଣ ସହଯୋଗର ପ୍ରତିଶ୍ରୁତି ଦେଇଛନ୍ତି। ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ତାଙ୍କର ଏହି ବିବୃତ୍ତି ଆସିଛି, ଯେଉଁଥିରେ ୨୬ ଜଣ ପ୍ରାଣ ହରାଇଥିଲେ। ମାଇକ ଜନସନ କ୍ୟାପିଟାଲ ହିଲରେ କଂଗ୍ରେସର ଏକ ବ୍ରିଫିଂ ସମୟରେ କହିଥିଲେ ଯେ, ଭାରତ ଆମ ପାଇଁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମେ ତାଙ୍କୁ ସମର୍ଥନ କରିବାକୁ ଯଥାସମ୍ଭବ ଚେଷ୍ଟା କରିବୁ। ମାଇକ୍ ଜନସନଙ୍କ ଦ୍ୱାରା ଦିଆଯାଇଥିବା ବିବୃତ୍ତି ଭାରତ-ଆମେରିକା କୂଟନୈତିକ ସମ୍ପର୍କକୁ ନୂତନ ଶକ୍ତି ପ୍ରଦାନ କରୁଛି। ବିଶେଷକରି ଯେତେବେଳେ ଭାରତ ଦଶନ୍ଧି ଧରି ସୀମାପାର ଆତଙ୍କବାଦର ସମ୍ମୁଖୀନ ହେଉଛି।

ସୂଚନାଥାଉକି, ଏପ୍ରିଲ ୨୨ରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ତୁରନ୍ତ ପ୍ରତିକ୍ରିୟା ପ୍ରକାଶ କରି ଭାରତକୁ ସମର୍ଥନ ଜଣାଇଥିଲା। ଏପ୍ରିଲ ୨୩ରେ ରାଷ୍ଟ୍ରପତି ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍ ଯୋଗେ କଥା ହୋଇଥିଲେ। ଆଉ ପୀଡିତଙ୍କ ପ୍ରତି ଗଭୀର ସମବେଦନା ଜଣାଇଥିଲେ। ଟ୍ରମ୍ପ X ରେ ଏକ ପୋଷ୍ଟ ମାଧ୍ୟମରେ କହିଥିଲେ ଯେ, ଭାରତ ଏବଂ ଆମେରିକା ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକାଠି ଛିଡା ହୋଇଛନ୍ତି। ଏହା ଏକ ଜଘନ୍ୟ ଆକ୍ରମଣ ଥିଲା ଏବଂ ଏହାର ଅପରାଧୀ ମାନଙ୍କୁ କଠୋର ଦଣ୍ଡ ଦିଆଯିବ। ଏହି ବିବୃତ୍ତି ସ୍ପଷ୍ଟ କରୁଛି ଯେ ଆମେରିକା ରଣନୈତିକ ଦୃଷ୍ଟିରୁ ମଧ୍ୟ ଭାରତ ସହିତ ଠିଆ ହୋଇଛି। 

ଏପ୍ରିଲ ୩୦ ତାରିଖରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କୁ ଭେଟି ଆତଙ୍କବାଦ ବିରୋଧରେ ସହଯୋଗକୁ ଦୋହରାଇଥିଲେ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.