ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା

Published By : Prameya | April 20, 2025 8:17 AM

ପୁରୀ,୨୦/୦୪: ଶ୍ରୀମନ୍ଦିରରେ ଚଳିତ ୨୧ ତାରିଖ ସୋମବାର  ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ ତାରିଖ ବୁଧବାର ବନକଲାଗି ନୀତି  ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର  ନୀତି ସମୟରେ ଦର୍ଶନ କଟକଣା  ରହିବ । ଦ୍ୱିତୀୟ ଭୋଗମଣ୍ଡପ ପରେ  ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ। ମହାସ୍ନାନ ବଢ଼ିଲେ ପୁନଃ ଦର୍ଶନ  ଆରମ୍ଭ ହେବ । ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ହେଉଥିବା  ସେବାୟତମାନେ କହନ୍ତି । ଏଥିସହ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ  ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ହେବ ବୋଲି  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଠାକୁରଙ୍କ ପଇତାଲାଗି,  ରାମାଭିଷେକ ଓ ବନକଲାଗି ନୀତି ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.