ପୁରୀ,୧୭/୧୧: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ହେବ । ଏହା ଦଇତାପତି ସେବକଙ୍କ ଗୋଷ୍ଠୀଗତ ସେବା । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଏଥିପାଇଁ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ବୋଲି ସେବକମାନେ କହିଛନ୍ତି ।

 

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ବୋଲି ସେବକମାନେ କହିଛନ୍ତି । ସୋମବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ଯ୍ୟ ହେବ ।