ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’: ସୋଆ ଉପସଭାପତି

ଭୁବନେଶ୍ୱର,୩/୪: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ସୋଆ ପରିଚାଳିତ ସ୍କୁଲ୍‌ ଅଫ୍‌ ହୋଟେଲ୍‌ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌ ) ପକ୍ଷରୁ ବୁଧବାର ଆରମ୍ଭ ହୋଇଥିବା ପଖାଳ ଉତ୍ସବକୁ ଉଦ୍‌ଘାଟନ କରି ଏହା କହିଛନ୍ତି ଶ୍ରମତି ଦାସ । ଓଡ଼ିଶାର ପରମ୍ପରା ଓ ସଂସ୍କୃତିକୁ ବାନ୍ଧି ରଖିବାର ପ୍ରୟାସ ହେଉଛି ଏହି ପଖାଳ ଉତ୍ସବ ବୋଲି ସେ କହିଛନ୍ତି । 

ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏସ୍‌ଏଚ୍‌ଏମ୍‌ ପକ୍ଷରୁ ଏପ୍ରିଲ୍‌ ୩ ରୁ ୭ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି  । ୫ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯାଇଛି । ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍‌ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି । ଓଡ଼ିଶାର ସଂସ୍କୃତି, ପରମ୍ପରା ଓ ଗ୍ରାମୀଣ ପରିବେଶର ଏକ ଝଲକ ଏହି ପଖାଳ ଉତ୍ସବର ଆୟୋଜନରେ ଦେଖିବାକୁ ମିଳିଛି । 

ଅତିଥିମାନଙ୍କୁ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା  ଏହି ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରୁଥିବା ବେଳେ ସେମାନଙ୍କୁ ଫ୍ୟାକଲ୍ଟି ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରୁଛନ୍ତି ।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ । ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି - ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, ପୋହଳା ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ମାଛ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା,  ପୋଡା ଆଳୁ , ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ , ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯିବ ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.