ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୩ରୁ ‘ପଖାଳ ଉତ୍ସବ’ ଆରମ୍ଭ

ଭୁବନେଶ୍ୱର,୧/୪ :  ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ । ଯଦିଓ ଖରା ଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍ ) ପକ୍ଷରୁ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ୍ ୩ ରୁ ୭ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି । 

୫ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯିବାର ବ୍ୟବସ୍ଥା କରାଯାଇଛି । ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟ ରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସୂଚନା ଦେଇଛନ୍ତି । ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି । 

ମହାପ୍ରଭୁ ଜଗନ୍ନାଥଙ୍କ ପ୍ରିୟ ଖାଦ୍ୟ ମଧ୍ୟ ପଖାଳ ହୋଇଥିବାବେଳେ ଏହା ଶ୍ରୀମନ୍ଦିରରେ ଭୋଗ ଲାଗିଥାଏ । ସେହିପରି ନେପାଳ, ବାଂଲାଦେଶ, ମିଆଁମାର ଭଳି ଦେଶଗୁଡ଼ିକରେ ମଧ୍ୟ ଲୋକମାନେ ପଖାଳ ଖାଇବାକୁ ପସନ୍ଦ କରିଥାନ୍ତି । ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍‌ରେ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ପଖାଳ ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ । ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରିବେ ।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ । ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି - ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, ପୋହଳା ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ମାଛ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା,  ପୋଡା ଆଳୁ , ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ , ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.