ପ୍ରମୂଖ ଖବର
  • ଆମେରିକା ବନାମ ଆୟର୍ଲାଣ୍ଡ ମ୍ୟାଚ୍‌ ବାତିଲ, ଟି-୨୦ ବିଶ୍ବକପରୁ ପାକିସ୍ତାନ ଆଉଟ୍
  • ||
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଜମ୍ମୁ-କାଶ୍ମୀର ବସ୍‌ ଆକ୍ରମଣ: ନିଜକୁ ଦାୟୀ କଲା ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ ଟିଆରଏଫ୍

ଶ୍ରୀନଗର: ଜମ୍ମୁ-କାଶ୍ମୀର ରିୟାସି ଜିଲ୍ଲାରେ ରବିବାର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଉପରେ ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ ଆଲୋଡନ ସୃଷ୍ଟି ହୋଇଛି । ଏହି ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଏହି ଆକ୍ରମଣ ପାଇଁ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଙ୍ଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ ବା ଟିଆର୍‌ଏଫ୍‌ ଓ ଲସ୍କର-ଇ-ତୋଇବା ନିଜକୁ ଦାୟୀ କରିଛି ।

ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଟିଆର୍‌ଏଫ୍‌ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିବା ସହ କଡା ଚେତାବନୀ ଦେଇଛି। ଟିଆରଏଫ କହିଛି ଯେ ଏହା କେବଳ ଆରମ୍ଭ ମାତ୍ର। ଆଗକୁ ଆହୁରି ଆକ୍ରମଣ କରାଯିବ। ପର୍ଯ୍ୟଟକ ଏବଂ ପ୍ରବାସୀଙ୍କ ଉପରେ ଅଧିକ ଆକ୍ରମଣ କରିବାକୁ ଟିଆର୍‌ଏଫ୍‌ ଧମକ ଦେଇଛି ।

ରବିବାର ତୀର୍ଥ ଯାତ୍ରୀଙ୍କୁ ବୈଷ୍ଣୋଦେବୀ ନେଇ ଯାଉଥିବା ଏକ ବସ୍‌ ଉପରକୁ ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ଼ କରିଥିଲେ। ଏହାପରେ ଭାରସାମ୍ୟ ହରାଇ ବସ୍‌ଟି ଖାଇକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ୩୦ରୁ ଅଧିକ ଆହତ ହୋଇଥିବା ବେଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ମାମଲାରେ ଏବେ ଏନ୍‌ଆଇଏ ଟିମ୍‌ ଘାଟଣାସ୍ଥଳକୁ ଯାଇ ଯାଞ୍ଚ ଆରମ୍ଭ କରିଛି। ସେପଟେ ସୁରକ୍ଷାକର୍ମୀଙ୍କ ତରଫରୁ ପୂରା ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି। 

ଆତଙ୍କବାଦୀଙ୍କୁ କାବୁ କରିବାକୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି । ଜଙ୍ଗଲକୁ ଘେରାବନ୍ଦୀ କରି କମ୍ବିଂ ଅପରେସନ କରାଯାଉଛି । ଆତଙ୍କବାଦୀଙ୍କୁ ଖୋଜିବାକୁ ଡ୍ରୋନ ଓ ହେଲିକପ୍ଟରର ସାହାଯ୍ୟ ନେଉଛନ୍ତି ଯବାନ। ଜମ୍ମୁ କାଶ୍ମୀରର ଡିଜାଷ୍ଟର ରେସପନ୍ସ ଟିମକୁ ମୁତୟନ କରାଯାଇଛି। ସେପଟେ ଆକ୍ରମଣ ପରେ ଅମିତ ଶାହ ଏହି ଆତଙ୍କବାଦୀ ଆକ୍ରମଣରେ ସାମିଲ ଲୋକଙ୍କୁ ଛଡା ଯିବ ନାହିଁ ବୋଲି କହିଛନ୍ତି। 

 

  • Jammu Kashmir
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.