ପ୍ରମୂଖ ଖବର
  • ବଜେପି ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ
  • ||
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ପାକିସ୍ତାନରେ ପ୍ରବଳ ଗରମ ଯୋଗୁ ଫାଟିଲା ଗ୍ୟାସ ସିଲିଣ୍ଡର, ୫ ମୃତ, ୫୦ ଆହତ…

ନୂଆଦିଲ୍ଲୀ: ପାକିସ୍ତାନର ସିନ୍ଧ ପ୍ରଦେଶରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ପ୍ରବଳ ଗରମ ଯୋଗୁଁ ଏଠାରେ ଏକ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାପରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏଥି ସହ ୫୦ ଜଣ ଆହତ ହୋଇଛନ୍ତି । ଶୁକ୍ରବାର ଦୁର୍ଘଟଣା ସମ୍ପର୍କରେ ପୋଲିସ ସୂଚନା ଦେଇଛି । ଗୁରୁବାର ଦିନ ସିନ୍ଧର ହାଇଦ୍ରାବାଦ ସହରରେ ଏହି ଘଟଣା ଘଟିଛି । ଏଠାରେ ଏକ ଦୋକାନରେ ରଖାଯାଇଥିବା ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା।

ପୋଲିସର ସୂଚନାନୁସାରେ, ପାକିସ୍ତାନର ହାଇଦ୍ରାବାଦ ସହରରେ ଥିବା ଏକ ଦୋକାନରେ ରଖାଯାଇଥିବା ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୪ ଜଣ ଶିଶୁ ଏବଂ ଜଣେ ମହିଳା ଆହତ ହୋଇଛନ୍ତି । 

ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ପ୍ରଥମ ଏବଂ ଦ୍ୱିତୀୟ ମହଲାରେ ଘର ଥିବାବେଳେ ଦୋକାନ ତଳ ମହଲାରେ ଥିଲା । ସେ କହିଛନ୍ତି ଯେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଅନ୍ୟ ମହଲାକୁ ମଧ୍ୟ ବ୍ୟାପି ଯାଇଥିଲା । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.