ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପାକିସ୍ତାନର ଖୈବର ପଖତୁନଖଓ୍ବାରେ ଗଭୀର ଖାଇକୁ ଖସିଲା ବସ୍, ୧୦ ଜଣଙ୍କ ମୃତ୍ୟୁ …

ନୂଆଦିଲ୍ଲୀ: ମଙ୍ଗଳବାର ବିଳମ୍ବିତ ରାତିରେ ପାକିସ୍ତାନର ଖୈବର ପଖତୁନଖଓ୍ବାରେ ଏକ ବଡ ଧରଣର ବସ୍ ଦୁର୍ଘଟଣା ଘଟିଛି । ଗଭୀର ଖାଇ ଭିତରକୁ ଏକ ଯାତ୍ରୀବାହୀ ବସ୍ ଖସି ପଡିବାରୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିସହ ୧୫ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପୋଲିସ କହିଛି ଯେ ବସ୍‌ଟି ବହୁତ ଦ୍ରୁତ ଗତିରେ ଯାଉଥିଲା । ଏହି ସମୟରେ ଡ୍ରାଇଭର ଏକ ମୋଡ଼ରେ ନିୟନ୍ତ୍ରଣ ହରାଇ ବସିଥିଲେ, ଫଳରେ ବସଟି ଖାଲରେ ପଡ଼ିଯାଇଥିଲା।

କୁହାଯାଉଛି ଯେ ଏହି ବସ୍ ହରିପୁର ଜିଲ୍ଲାର ଖାନପୁରର ଏକ ପାହାଡୀ ଗାଁ ଆଡକୁ ଯାଉଥିଲା । ବାଟରେ ତାରନାୱା ଠାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ମୃତକଙ୍କ ମଧ୍ୟରେ ପୁରୁଷ, ମହିଳା ଏବଂ ଶିଶୁ ମଧ୍ୟ ଅଛନ୍ତି । ବସଟି ଖାଲରେ ପଡ଼ିଯିବାର ଖବର ପାଇବା ମାତ୍ରେ ଉଦ୍ଧାରକାରୀ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା। ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.