ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଶ୍ରୀକ୍ଷେତ୍ରରେ ପଞ୍ଚକ ବ୍ରତ ଆରମ୍ଭ

Published By : Rasmita Pradhan | November 12, 2024 9:26 AM

ପୁରୀ, ୧୨/୧୧ : କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହି ପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ 'ବକ ପଞ୍ଚକ' କୁହାଯାଏ ।

          ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।

      କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ। ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି। ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି। “ ସର୍ବଦେବ ନମସ୍କାରଃ କେଶବଂ ପ୍ରତିଗଚ୍ଛତି।” ଭଗବାନ୍ ବିଷ୍ଣୁ ଇପ୍ସିତ ବର ପ୍ରଦାନକରନ୍ତି। ଗୋଟିଏ ଗୋଟିଏ ତୁଳସୀ ଦଳ ଗୋଟିଏ ଗୋଟିଏ ମୋତି ହୋଇଯାଏ। ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ। “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି।” ଭାଗବତ ଏବଂ ଗୀତା ପାଠ କରିବା ବିଧେୟ। ଏହି ସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ । 

ll  ସ୍କନ୍ଦ ପୁରାଣ ମତେ ll

“ କାର୍ତ୍ତିକ ମାସି ବିପ୍ରେନ୍ଦ୍ର ଯସ୍ତୁଗୀତାଂ ପଠେନ୍ନରଃ

ତସ୍ୟ ପୁଣ୍ୟଫଳଂ ବକ୍ତୁଂ ମମଶକ୍ତି ର୍ନ ବିଦୀତେ

ଗୀତାୟାସ୍ତୁ ସମଂ ଶାସ୍ତ୍ରଂ ନ ଭୂତଂ ନ ଭବିଷ୍ୟତି

ସର୍ବ ପାପହରା ନିତ୍ୟଂ ଗୀତୈକା ମୋକ୍ଷଦାୟିନୀ

ଶ୍ରୀମଦ୍ ଭଗବତସ୍ୟାପି ଶ୍ରବଣଂ ଯଃ ସମାଚରେତ୍

ସର୍ବପାପ ବିନିର୍ମୁକ୍ତଃ ପରଂ ନିର୍ବାଣ ମୃଚ୍ଛତି I”

               ଏହି ପାଞ୍ଚ ଦିନକୁ ଭୀଷ୍ମ ପଞ୍ଚକ କୁହାଯିବାର ପୌରାଣିକ ରହସ୍ୟ ହେଉଛି – ବାଣ ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ। ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ। ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି। କାର୍ତ୍ତିକ ଏକାଦଶୀଦିନ ତମେ ଜଳର ଯାଚନା କରିଛ। ଅର୍ଜୁନ ବାଣର ବେଗରେ ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ କଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ – ସେମାନେ ମୋତେ ତୃପ୍ତ କରିବେ। ଏହା ହେଉଛି ଭୀଷ୍ମପଞ୍ଚକ – ପ୍ରତିବର୍ଷ ପାଳିତ ହେବ। ବ୍ରତଧାରୀ ସବ୍ୟ ହୋଇ ମହାତ୍ମା ଭୀଷ୍ମଙ୍କ ପାଇଁ ତର୍ପଣ କରିବେ। ଏହି ଭୀଷ୍ମ ତର୍ପଣ ସମସ୍ତ ବର୍ଣ୍ଣର ଲୋକେ କରିପାରିବେ 

 ll ଏହି ଅବସରରେ ଶ୍ରୀମନ୍ଦିରରେ ଠାକୁରମାନଙ୍କୁ ଆକର୍ଷଣୀୟ ବେଶରେ ସୁସଜ୍ଜିତ କରାଯାଏ ll

ll  ଏକାଦଶୀରେ ll -  ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ

 ll  ଦ୍ୱାଦଶୀରେ ll -  ବାଙ୍କଚୂଡ଼ା ବେଶ ବା ବାମନ ବେଶ

 ll ତ୍ରୟୋଦଶୀରେ ll-  ତ୍ରିବିକ୍ରମ ବେଶ ବା ଆଡ଼କିଆ ବେଶ

ll   ଚତୁର୍ଦ୍ଦଶୀରେ ll-  ଲକ୍ଷ୍ମୀନୃସିଂହ ବେଶ ବା ଡାଳିକିଆ ବେଶ

ll ପୂର୍ଣ୍ଣମୀରେ ll -  ରାଜରାଜେଶ୍ୱର ବେଶ ବା ସୁନାବେଶ

 ll ମଳତିଥିରେ ll - ନାଗାର୍ଜୁନ ବେଶ

             ପ୍ରତ୍ୟହ ଅବକାଶ ନୀତି ଶେଷହେବା ପରେ ତିନି ଠାକୁରଙ୍କୁ ଏହିସବୁ ବେଶରେ ସଜ୍ଜିତ କରାଯାଏ । ବେଶ ଥାଇ ଠାକୁରମାନଙ୍କ ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ ଓ ଭୋଗମଣ୍ଡପ ନୀତି ଆଦି ଅନୁଷ୍ଠିତ ହୋଇଥାଏ । ଭୋଗମଣ୍ଡପ ନୀତି ଶେଷହେବା ପରେ ଏହି ବେଶ ଓ ଅଳଙ୍କାର ଆଦି ମଇଲମ ହୋଇ ମଧ୍ୟାହ୍ନଧୂପ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ମହାପ୍ରଭୁଙ୍କ ପଞ୍ଚକ ପାଞ୍ଚଦିନ ଏହି ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼ିଲେ ମଳତିଥି ଦିନ ମହାପ୍ରଭୁଙ୍କର ନାଗାର୍ଜୁନ ବେଶ ଅନୁଷ୍ଠିତ ହୁଏ । ଗତ ୨୭.୧୧.୨୦୨୦ ତାରିଖ କାର୍ତ୍ତିକ ମଳ ତ୍ରୟୋଦଶୀ ଶୁକ୍ରବାର ଦିନ  ମହାପ୍ରଭୁଙ୍କର ଏହି ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.