PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : କେନ୍ଦୁଝର ଜିଲ୍ଲା ସଦର ଥାନା ସୁଆକାଠି ନିକଟରୁ ଦୁଇଟି ବଳଦ ବୋଝେଇ ଗାଡ଼ି ଜବତ
  • ||
  • କଣ୍ଟାବାଞ୍ଜି : ପ୍ରାଥମିକ ବିଦ୍ୟାଳୟର ତାଲା ଭାଙ୍ଗି ଲୁଟ୍
  • ||

ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟସଭ୍ୟାଙ୍କର ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପୁରୀ ୧୮/୧୧: ଆଜି ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର, ପୁରୀ ଠାରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଦ୍ବାରା ଆୟୋଜିତ ନବନିର୍ବାଚିତ ଜିଲ୍ଲା ପରିଷଦ ସଭ୍ଯ ସଭ୍ୟାମାନଙ୍କର ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା, ଜିଲ୍ଲା ପରିଷଦ, ପୁରୀ ଶ୍ରୀମତୀ ସ୍ଵପ୍ନାରାଣୀ ସ୍ଵାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଥିଲେ । ସରକାରଙ୍କ ସମସ୍ତ ଯୋଜନା ସଫଳତା ସହ ଜିଲ୍ଲାରେ ଯେଭଳି କାର୍ଯ୍ୟକାରୀ ହେବ ସେ ଦିଗରେ ଗୁରୁତ୍ଵ ଦେବା ପାଇଁ ନବନିର୍ବାଚିତ ଜିଲ୍ଲା ପରିଷଦ ସଭ୍ଯ ସଭ୍ୟା ମାନଙ୍କୁ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ପୁରୀ ଶ୍ରୀଯୁକ୍ତ ଜ୍ୟୋତି ଶଙ୍କର ମହାପାତ୍ର, ପ୍ରୋଗ୍ରାମ ମ୍ୟାନେଜର୍ ଶ୍ରୀମତୀ ତୃପ୍ତି ବଡଜେନା ଓ ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦ ସଭ୍ଯ ସଭ୍ୟା ମାନେ ଯୋଗଦେଇ ଥିଲେ l