PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ବଢିବନି ବିଜୁଳି ଦର
  • ||
  • ଓଡ଼ିଶାର ୭ ସହର ବାୟୁ ପ୍ରଦୂଷିତ,ରାଉରକେଲା ସହର ଅଧିକ ପ୍ରଦୂଷିତ
  • ||
  • ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର- ମଦୁଆ ଗାଡି ଚାଳକ ସାବଧାନ, ଆଜିଠୁ ଚେକିଂ ଜୋରଦାର
  • ||
  • ପୁରୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିବେ ଦିଦି, ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବେ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର : ଓଡ଼ିଆ ଟେଲି ଜଗତକୁ ଝଟକା, ହୃଦଘାତରେ ଆଖିବୁଜିଲେ ଅଭିନେତା ସୋମଦତ୍ତ
  • ||

ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ପାଣିରେ ବୁଡ଼ି ନାବାଳକ ମୃତ

କଣ୍ଟାବାଞ୍ଜି, ୦୮/୦୩ : ପାଣିରେ ବୁଡ଼ି ଜଣେ ନାବାଳକଙ୍କ ମୃତ ମୃତ୍ୟୁ ହୋଇଛି। ବେଲପଡ଼ା ଥାନା ପଣ୍ଡରିଯୋର ପଞ୍ଚାୟତ ମୁଣ୍ଡାପରା ଗାଁରେ ଏଭଳି ଘଟଣା ଘଟିଛି। ମୃତ ନାବାଳକ ଜଣଙ୍କ ହେଉଛନ୍ତି ସଦାନନ୍ଦ ମହାନନ୍ଦଙ୍କ ପୁଅ କରନ ମହାନନ୍ଦ (୧୨ ବର୍ଷ)।  

ସୂଚନାନୁଯାୟୀ, କରନ ଗାଁ ପାଖ ଏକ ପୋଖରୀକୁ ଗାଧେଇବାକୁ ଯାଇଥିଲା । ଅସାବଧାନତା ଯୋଗୁଁ ସେ ପାଣିରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ପୋଖରୀ ଭିତରେ ଭାସୁଥିବା ଦେଖିବାକୁ ପାଇଥିଲେ । ଖବର ପାଇ ବେଲପଡା ପୋଲିସ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କଣ୍ଟାବାଞ୍ଜି ଡାକ୍ଟରଖାନାକୁ ଆଣିଛି। ଏହି ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।