ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବିଭିନ୍ନ ସମସ୍ୟାକୁ ନେଇ ବ୍ରାହ୍ମଣିଗାଁ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇଲେ ଅବିଭାବକ

Published By : Bijay Swain | July 28, 2025 7:02 PM

ବାସୁଦେବପୁର: ବାସୁଦେବପୁର ବ୍ଲକ ବ୍ରାହ୍ମଣିଗାଁ ପଂଚାୟତ ନିକଟରେ ଥିବା ବୈକୁଣ୍ଠପୁର ଅଙ୍ଗନବାଡୀ କେନ୍ଦ୍ରର ବିଭିନ୍ନ ସମସ୍ୟକୁ ନେଇ ଆଜି ଅବିଭାବକ ଅବିଭାବିକା ସମୂହ କେନ୍ଦ୍ରରେ ତାଲା ପକାଇଥିବା ଦେଖିବାକୁ ମିଳିଛି। ଉକ୍ତ କେନ୍ଦ୍ରରେ ୨୬ ଜଣ କୁନି ଛାତ୍ରଛାତ୍ରୀ ପାଠ ପଢୁଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ଉକ୍ତ କେନ୍ଦ୍ରରେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ। 

ସୂଚନା ମୁତାବକ, ଅଙ୍ଗନବାଡି କେନ୍ଦ୍ରରେ ଦୀର୍ଘ ବର୍ଷ ହେବ ବିଜୁଳି ସରବରାହର ବ୍ୟବସ୍ଥା ନାହିଁ, ଏମିତିକି ପିଇବା ପାଣିର ମଧ୍ୟ ସୁବିଧା ନାହିଁ, ଛାତରୁ ବର୍ଷା ହେଲେ ପାଣି ଘର ଭିତରେ ପଶୁଛି। ତେବେ ଖାଲି ଏତିକି ନୁହେଁ ଏମିତି ଅନେକ ସମସ୍ୟା ରହିଛି ଏହି ଅଙ୍ଗନବାଡି କେନ୍ଦ୍ରରେ। ଯାହାକୁ ନେଇ ଉକ୍ତ କେନ୍ଦ୍ରର କର୍ମୀ ବାରମ୍ବାର ସରପଞ୍ଚଙ୍କ ଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଆସୁଥିଲେ ବି କେହି କର୍ଣ୍ଣପାତ କରୁନାହାନ୍ତି। 

ସେଥିପାଇଁ ଆଜି ବାଧ୍ୟ୍ୟ ହୋଇ ଅବିଭାବକ, ଅବିଭାବିକା ଓ ଗ୍ରାମବାସୀମାନେ ଉକ୍ତ କେନ୍ଦ୍ରଟିରେ ତାଲା ପକାଇଥିଲେ। ଯେତେ ପର୍ଯ୍ୟନ୍ତ ଏହି ସମସ୍ୟାର ସମାଧାନ ନହୁଏ ସେତେ ଦିନ ପର୍ଯ୍ୟନ୍ତ କେନ୍ଦ୍ରରେ ତାଲା ପଡିବ ବୋଲି ଦେଇଛନ୍ତି ଅବିଭାବକମାନେ ଚେତାବନୀ ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.