ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ରାଜଧାନୀରେ ପିଲା ବିକ୍ରି ଅଭିଯୋଗ, ୬ ଅଟକ

ଭୁବନେଶ୍ୱର,୨୭/୧୧: ଅର୍ଥାଭାବ ପାଇଁ ନିଜ ପିଲାକୁ ବିକ୍ରି କରିଦେଲେ ବାପା ମା । ୪୦ ହଜାର ଟଙ୍କାରେ ନିଜର ୪ ବର୍ଷର ପିଲାକୁ ବାପା ମା ବିକ୍ରି କରିଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ଥିବା ୬ ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ । ରାଜଧାନୀ ଭୁବନେଶ୍ୱରର ବଡ଼ଗଡ଼ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ଦମ୍ପତି ବିହାରରୁ ଆସି ଭୁବନେଶ୍ବରରେ ଦିନ ମଜୁରିଆ କାମ କରୁଥିଲେ । ଏଠାରେ କିଛି ଦିନ ରହିବା ପରେ ତାଙ୍କର ଅର୍ଥାଭାବ ଦେଖା ଦେଇଥିଲା ।   ଶେଷରେ ନିଜ ୪ ବର୍ଷର ପିଲାକୁ ୪୦,୦୦୦ ଟଙ୍କାରେ ପିପିଲି କସରଦା ଅଞ୍ଚଳର ଦମ୍ପତିଙ୍କୁ ବିକ୍ରି କରିଦେଇଥିଲେ ବାପା ମା । ଏନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଥିଲା । ଉକ୍ତ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ପରେ ଏହି ଘଟଣାରେ ୨ ଜଣ ମହିଳା ମଧ୍ୟସ୍ଥି ହୋଇ ପିଲା ବିକ୍ରି କରାଇଥିବା ନେଇ ପୋଲିସ ସୂଚନା ପାଇଛି । ବଡ଼ଗଡ଼ ପୋଲିସ ଉକ୍ତ ଶିଶୁକୁ ଉଦ୍ଧାର କରି ଘଟଣାରେ ସମ୍ପୃକ୍ତ ଥିବା ୬ ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.