PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟେନ୍ସା ଗୀତାରାଣୀ ମାଇନ୍ସ ସମ୍ମୁଖରେ ଅଘଟଣ, ହାଇଓ୍ୱା ସହ ଜିଅନ୍ତା ଜଳିଗଲେ ଡ୍ରାଇଭର
  • ||
  • ବଡ଼ବିଲ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ
  • ||
  • ବାରିପଦା : ବାରିପଦା ଷ୍ଟେସନ ଠାରେ ଗଛ ପଡ଼ି ଇଲେକ୍ଟ୍ରିକ ତାର ଛିଡି ଅଟକିଲା ଟ୍ରେନ, ବିଳମ୍ବରେ ଚାଲିବ ଟ୍ରେନ
  • ||
  • ଭଦ୍ରକ : ସମ୍ଭାବ୍ୟ ବନ୍ୟା ଲାଗି ଛୁଟି ବାତିଲ, ମୁକାବିଲା ପାଇଁ ଓଡ୍ରାଫ-ଏନ୍‌ଡିଆରଏଫ୍‌-ଅଗ୍ନିଶମ ବାହିନୀ ପ୍ରସ୍ତୁତ
  • ||
  • ବାରିପଦା : ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ୱିତ ରାତିରେ ଭୁଷୁଡିଲା ଘରର କାନ୍ଥ, ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • ଲକ୍ଷ୍ନୌ : ଭୂକମ୍ପରେ ଥରିଲା ଲକ୍ଷ୍ନୌ ସମେତ ୟୁପିର କେତେକ ଜିଲ୍ଲା , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
  • ||
  • ପୁରୀ : ଶ୍ରଦ୍ଧାଳୁଙ୍କ ବେକରେ ବ୍ଲେଡ୍‌ ମାରି ସୁନା ଚେନ୍‌ ଲୁଟ ଉଦ୍ୟମ ଫେଲ୍, ଧରାପଡି ଛେଚା ଖାଇଲେ ୩ ଲୁଟେରା
  • ||
  • ସମ୍ବଲପୁର : ୬୨୧.୦୨ ଫୁଟ୍‌କୁ ଖସିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ୨୦ ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ||
  • ଭୁବନେଶ୍ୱର : ୨୧ରୁ ବନ୍ୟାଞ୍ଚଳ ଗସ୍ତ କରିବ ପିସିସି ଟିମ୍‌, ୨୩ ସୁଦ୍ଧା ଦେବେ ରିପୋର୍ଟ
  • ||
  • ବାଲିଗୁଡ଼ା : ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସିମନବାଡ଼ି ଗ୍ରାମ ନିକଟରେ ଥିବା ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି, ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍
  • ||
  • କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ାରେ ଲଗାଣ ବର୍ଷାରେ କାନ୍ଥ ଭୁଷୁଡ଼ି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ଜୟପୁର/ଦିଲ୍ଲୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ଶ୍ରଦ୍ଧାଳୁଙ୍କ ଜୀବନ : ୨୦ରୁ ଅଧିକ ଆହତ, ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ
  • ||
  • ନୂଆଦିଲ୍ଲୀ : ବାଙ୍କ ବିହାରୀ ମନ୍ଦିରରେ ବଡ଼ ଧରଣ ଅଘଟଣ, ମଙ୍ଗଳା ଆରତୀ ସମୟରେ ଦଳା ଚକଟାରେ ଦୁଇ ମୃତ
  • ||

ପଦ୍ମ ଧରିଲେ ଆଠମଲ୍ଲିକ ରାଜ ପରିବାରର ପରେଶ ଦେଓ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଆଠମଲ୍ଲିକ ରାଜ ପରିବାରର ସଦସ୍ୟ ପରେଶ ଦେଓ ଆଜିଠୁ ପଦ୍ମ ଧରିଛନ୍ତି । ସେହିପରି ଏକାମ୍ର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ବାବୁ ସିଂଙ୍କ ସମର୍ଥନରେ ଶତାଧିକ ବିଜେଡି କର୍ମୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ବିଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି ।
ସ୍ୱଚ୍ଛ ଏକାମ୍ର ସମାଜିକ ସଙ୍ଗଠନର ସଭାପତି ସୁଶାନ୍ତ କୁମାର ଦାସଙ୍କ ସମେତ ଅନ୍ୟ ସଦସ୍ୟ ବାବୁ ସିଂଙ୍କୁ ସମର୍ଥନ ଜଣାଇ ବିଜେପିରେ ମିଶିଛନ୍ତି । ପୁରୁଣା ଭୁବନେଶ୍ୱର, ପୋଖରୀପୁଟ, ପାତ୍ରପଡା, ସିଆରପି, ଭିଏସଏସ ନଗର, ଜାଗମରାର ପ୍ରାୟ ଶତାଧିକ କର୍ମୀ ମଧ୍ୟ ବିଜେପିର ହାତ ଧରିଛନ୍ତି । ଉପସଭାପତି ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍‌ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ମୋଦିଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେପିରେ ସାମିଲ ହୋଇଥିବା ନୂଆ କର୍ମୀ କହିଛନ୍ତି । ଯୁବ ମୋର୍ଚ୍ଚାର ରାଜ୍ୟ ସଭାପତି ଟଙ୍କଧର ତ୍ରିପାଠୀ, ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ପ୍ରମୁଖ ମିଶ୍ରଣ ପର୍ବରେ ଉପସ୍ଥିତ ଥିଲେ ।