PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

‘ପରୀକ୍ଷା ପେ ଚର୍ଚ୍ଚା’ରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ କୋଣାର୍କ ଜବାହାର ନବୋଦୟ ବିଦ୍ୟାଳୟ ଛାତ୍ର ତନ୍ମୟ

ତନ୍ମୟ

କୋଣାର୍କ,୨୮/୧: ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ କଥା ହୋଇଥିଲେ କୋଣାର୍କ ଜବାହାର ନବୋଦୟ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ତନ୍ମୟ ବିଶ୍ବାଳ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ତନ୍ମୟ କେମିତି ଚାପ ମୁକ୍ତ ପରୀକ୍ଷା ଦେବୁ ବୋଲି ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଥିଲେ ପରିଶ୍ରମ କରି ପରୀକ୍ଷା ଦେଲେ ଭୁଲକୁ ସୁଧାରି ପାରିବା । ସବୁ ପ୍ରଶ୍ନର ସଠିକ ଉତ୍ତର ଦେଇ ପାରିବା । କପି କଲେ ଆଗକୁ ବଢି ପାରିବାନି । ସବୁଥିରେ ପଛୁଆ ରହିବା । ପ୍ରଧାନମନ୍ତ୍ରୀଙ୍କ ସହିତ କଥା ହୋଇଥିବାରୁ ତନ୍ମୟ ନିଜର ଖୁସି ବ୍ୟକ୍ତ କରିଥିଲେ । ଏହି ବିଦ୍ୟାଳୟର ସାମାଜିକ ବିଜ୍ଞାନ ଶିକ୍ଷୟତ୍ରୀ ନନ୍ଦିତା ସିଂଙ୍କ ପୁତ୍ର ତନ୍ମୟ ।