ପ୍ରମୂଖ ଖବର

ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ବଜେଟ୍-୨୦୨୪ ଅଧିବେଶନ ଆରମ୍ଭ, ଶ୍ରେଷ୍ଠ ଭାରତ ସଙ୍କଳ୍ପ ପାଇଁ ଦେଲେ ଆହ୍ୱାନ

ନୂଆଦିଲ୍ଲୀ, ୩୧/୦୧ : ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଆସନ୍ତାକାଲି କାମଚଳା ବଜେଟ୍ ଉପସ୍ଥାପିତ ହେବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବଜେଟ୍ ସେସନ ଆରମ୍ଭ କରିଛନ୍ତି। ରାଷ୍ଟ୍ରୀୟ ସଙ୍ଗୀତ ଗାନ ହେବା ପରେ ରାଷ୍ଟ୍ରପତି ମିଳିତ ସଦନକୁ ସମ୍ବୋଧିତ କରିଛନ୍ତି। ନୂଆ ଭାରତ, ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ରାଷ୍ଟ୍ରପତି ଆହ୍ଵାନ ଦେଇଛନ୍ତି। ନୂଆ ସଂସଦ ଭବନରେ ଏହା ତାଙ୍କର ପ୍ରଥମ ଅଭିଭାଷଣ। 

ସେ କହିଛନ୍ତି ଯେ, ସମ୍ଵିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇଛି। ୭୦ ହଜାରରୁ ଉର୍ଦ୍ଧ୍ଵ ଅମୃତ ସରୋବର ହୋଇଛି। ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତି ଗୌରବ ଦିବସ ଘୋଷଣା ହୋଇଛି। ଭାରତ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିବାରେ ବିଶ୍ୱର ପ୍ରଥମ ରାଷ୍ଟ୍ର। ଐତିହାସିକ ଜି-୨୦ ସମ୍ମିଳନୀ ଭାରତ ଆଯୋଜନ କରିଛି। ପ୍ରଥମ ଥର ଏସୀୟ କ୍ରୀଡ଼ାରେ ଶହେ ପଦକ ଜିତିଛି ଭାରତ। ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି। ଜମ୍ମୁ କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ହୋଇଛି। ୩ ତଲାକ୍ ବିଲ୍ ମଧ୍ୟ ଆଇନରେ ପରିଣତ ହୋଇଛି। ୨୫ କୋଟି ଦେଶବାସୀ ଦାରିଦ୍ର୍ୟରୁ ବାହାରିଛନ୍ତି। ୧ କୋଟି ୪୦ ଲକ୍ଷ ଲୋକ GST ଦେଉଛନ୍ତି। ୮ କୋଟି ଲୋକ ITR ଦାଖଲ କରୁଛନ୍ତି।

ଆଜି ଭାରତର ଅର୍ଥ ବ୍ୟବସ୍ଥା ଶ୍ରେଷ୍ଠ ୫ରେ ଅଛି। ପୂର୍ବ ତୁଳନାରେ FDI ଦୁଇ ଗୁଣା ହୋଇଛି। ଭୁଶୁଡ଼ି ପଡ଼ିଥିବା ବ୍ୟାକିଂ ସିଷ୍ଟମ ଆଜି ବିଶ୍ୱରେ ସବୁଠୁ ଶକ୍ତିଶାଳୀ। ଭାରତ ବିଶ୍ୱର ସବୁଠୁ ବଡ଼ ମୋବାଇଲ୍ ଉତ୍ପାଦନକାରୀ ରାଷ୍ଟ୍ର। ଆଜି ୧ ଲକ୍ଷରୁ ଅଧିକ ଷ୍ଟାର୍ଟ ଅପ୍ ବ୍ୟବସ୍ଥା କାମ କରୁଛି। ମେକ୍ ଇନ୍ ଇଣ୍ଡିଆ ସବୁଠୁ ବଡ଼ ଅଭିଯାନ ପାଲଟିଛି। ଇଜ୍ ଅଫ୍ ଡୁଇଙ୍ଗ ବିଜନେସ୍‌ରେ ଲଗାତାର ସୁଧାର। MSMEର ପରିଭାଷା ବିସ୍ତାରିତ, ୫ ଲକ୍ଷ କୋଟିର ଗ୍ୟାରେଣ୍ଟି। ଡିଜିଟାଲ୍ ଇଣ୍ଡିଆ ଭାରତର ବଡ଼ ଉପଲବ୍ଧି। ଡିଜିଟାଲ୍ ଇଣ୍ଡିଆ ପାଇଁ ବ୍ୟାକିଂ ବ୍ୟବସ୍ଥା ସହଜ ହୋଇଛି। ଆୟୁଷ୍ମାନ ଭାରତରେ ୫୩ କୋଟି ଭାରତୀୟଙ୍କ ଆଇଡି ବନିଛି। ଏୟାରପୋର୍ଟ ସଂଖ୍ୟା ୭୪ରୁ ବଢ଼ି ୧୪୯ ହୋଇଛି। ୨ ଲକ୍ଷ ପଞ୍ଚାୟତକୁ ଅପ୍ଟିକାଲ ସଂଯୋଗ ହୋଇଛି। ୧୦ ହଜାର କିମି ଗ୍ୟାସ୍ ପାଇପ୍ ଲାଇନ୍ ବଢ଼ିଛି। ୫ ସହରର ମେଟ୍ରୋ ସୁବିଧା ୨୫ ସହରକୁ ବଢ଼ିଛି। ରେଲୱେ ବିଦ୍ୟୁତକରଣ ଶହେ ପ୍ରତିଶତର ନିକଟତର। ୧୩୦୦ ଷ୍ଟେସନର କାୟାକଳ୍ପ ସ୍ଥିର ହୋଇଛି। କରୋନା କାଳରୁ ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦିଆଯାଉଛି। ଆହୁରି ୫ ବର୍ଷ ପାଇଁ ଏହାକୁ ବୃଦ୍ଧି କରାଯାଇଛି।

ଯୁବକ, ନାରୀ, ଚାଷୀ, ଗରିବ ବିକଶିତ ଭାରତର ୪ଟି ସ୍ତମ୍ଭ। ଉଜ୍ଜ୍ବଳା ପାଇଁ ୨.୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୧୧ କୋଟି ଲୋକଙ୍କ ଘରେ ନଳ ଯୋଗେ ଜଳ ପହଞ୍ଚିଛି। ଏଥର ସାଧାରଣତନ୍ତ୍ର ଦିବସରେ ଦୁନିଆ ନାରୀ ଶକ୍ତି ଦେଖିଛି। ୩ ସେନା ବାହିନୀରେ ନାରୀ ଶକ୍ତି ପ୍ରଦର୍ଶନ କରିଛନ୍ତି। ୨ କୋଟି ମହିଳାଙ୍କୁ ଲକ୍ଷପତି ଦିଦି ପାଇଁ ଉଦ୍ୟମ ଚାଲିଛି। ପ୍ରଥମ କରି ମହିଳାଙ୍କୁ ସେନାରେ ସ୍ଥାୟୀ କମିଶନ ପଦ ମିଳିଛି। ପ୍ରଥମ କରି ନୌସେନାରେ ମଧ୍ୟ କମାଣ୍ଡର କାର୍ଯ୍ୟ କରୁଛନ୍ତି । ସବୁ କ୍ଷେତ୍ରରେ ନାରୀଙ୍କ ଭାଗିଦାରୀ ବଢ଼ିଛି। ଚାଷୀଙ୍କ ପାଇଁ ସରକାର ଅନେକ ଜନକଲ୍ୟାଣ ଯୋଜନା ଆଣିଛନ୍ତି। MSP ବାବଦରେ ଚାଷୀଙ୍କ ପାଇଁ ୧୮ ଲକ୍ଷ କୋଟି ଖର୍ଚ୍ଚ ହୋଇଛି। MSP ପ୍ରାୟତଃ ଅଢ଼େଇ ଗୁଣ ବୃଦ୍ଧି କରାଯାଇଛି। ହଜାରେ ଆଦିବାସୀ ଗାଁକୁ ପ୍ରଥମ କରି ବିଜୁଳି ଓ 4G ସଂଯୋଗ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.