ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଟ୍ରକ୍ ପଛରେ ଧକ୍କା ହେଲା ଯାତ୍ରୀବାହୀ ବସ୍, ୩ ଗୁରୁତର ୧୦ରୁ ଉର୍ଦ୍ଧ୍ଵ ଆହତ

Published By : Rasmita Pradhan | June 28, 2025 11:06 AM

ଢେଙ୍କାନାଳ, ୨୮/୬ : ଟ୍ରକ୍ ପଛରେ ଧକ୍କା ହେଲା ଯାତ୍ରୀବାହୀ ବସ୍। ୩ ଗୁରୁତର ୧୦ରୁ ଉର୍ଦ୍ଧ୍ଵ ଆହତ। ଢେଙ୍କାନାଳ ସଦର ଥାନା ଗଦାଶିଳା ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ହୀରାକୁଦରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଶୁଭମ୍ ନାମକ ଏକ ନାଇଟ କୋଚ୍ ବସ୍ ଢେଙ୍କାନାଳ ସଦର ଥାନା ଗଦାଶିଳା ବାଇପାସରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ବସ୍‌ଟି ଦ୍ରୁତ ଗତିରେ ଯାଉଥିବା ଯୋଗୁଁ ଭାରସାମ୍ୟ ହରାଇ ଟ୍ରକ୍ ସହିତ ଧକ୍କା ହୋଇଥିବା କୁହାଯାଉଛି। ତେବେ ଦୁର୍ଘଟଣା ପରେ ବସ୍‌ର ଡ୍ରାଇଭର ଓ କର୍ମଚାରୀମାନେ ଫେରାର ହୋଇଯାଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.