ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା ବାଧାପ୍ରାପ୍ତ, ରୋଗୀଙ୍କୁ ଦେଖୁ ନାହାନ୍ତି ଡାକ୍ତର

Published By : Harapriya Sethi | April 9, 2025 9:42 AM

ଛତ୍ରପୁର,୦୯/୦୪: ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି । ଡାକ୍ତର ଓ ଜଣେ ମେଡିକାଲ ଷ୍ଟାଫ୍‌ଙ୍କ ମଧ୍ୟରେ ବଚସା ହୋଇଥିବାରୁ ଆଜିଠୁ କୌଣସି ରୋଗୀ ଦେଖୁ ନାହାନ୍ତି ଉପସ୍ଥିତ ଡାକ୍ତର । ଯାହା ଫଳରେ ରୋଗୀ ନିରାଶ ହୋଇ ଫେରୁଛନ୍ତି । 

ସୂଚନା ମୁତାବକ, ମଙ୍ଗଳବାର ରାତିରେ ରମ୍ଭା ବୋରିଗାଁର ସୋମାରଥି ନାହାକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଡାକ୍ତର ଜଣକ ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରିବାକୁ କହିଥିଲେ । ଏହି ସମୟରେ ଉପସ୍ଥିତ ଥିବା ମେଡିକାଲ ଗାଡି ଚାଳକ ଉକ୍ତ ରୋଗୀଙ୍କ ମୃତ୍ୟୁ ହୋଇଥିବା କହିବା ସହ ଡାକ୍ତର ସହ ପାଟିତୁଣ୍ଡ କରିଥିଲେ ଏବଂ ମେଡିକାଲ ଗାଡିରେ ବ୍ରହ୍ମପୁର ନେବା ପାଇଁ ମନା କରିଥିଲେ । ଶେଷରେ ଡାକ୍ତର ଜଣକ ଏକ ଘରୋଇ ଗାଡି କରି ଉକ୍ତ ଗୁରୁତର ରୋଗୀଙ୍କୁ ବ୍ରହ୍ମପୁର ପଠାଇଥିଲେ । ବ୍ରହ୍ମପୁରରେ ଚିକିତ୍ସାଧିନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ ହୋଇଥିଲା । କର୍ମଚାରୀ ଜଣକ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିଥିବାରୁ ମଙ୍ଗଳବାର ରାତିରୁ ଏଯାଏଁ କୌଣସି ରୋଗୀଙ୍କୁ ଦେଖୁ ନାହାନ୍ତି ଡାକ୍ତର । ତେବେ ଡାକ୍ତର ଓ କର୍ମଚାରୀଙ୍କ କଳି ଭିତରେ ରୋଗୀ ନାହିଁ ନଥିବା ଅସୁବିଧା ସମ୍ମୁଖୀନ ହେଉଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.