ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣା : ଧାର୍ଯ୍ୟ ତାରିଖ ସୁଦ୍ଧା ଶେଷ ହେବ ଶୁଣାଣି

Published By : Suraj Kumar | May 3, 2025 6:30 PM

ପାଟଣାଗଡ, ୩।୫ : ଧାର୍ଯ୍ୟ ସମୟ ଭିତରେ ଶେଷ ହେବ ରାଜ୍ୟ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣା ଶୁଣାଣି । ଶନିବାର ସମସ୍ତ ଫିଜିକାଲ ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି।  ଆସନ୍ତା ୫ ତାରିଖରେ ଶେଷ ସାକ୍ଷୀ ଗ୍ରହଣ ପରେ ୬ ରେ ହେବ ଶୁଣାଣି। ଜୁନ ମାସ ୧୭ ତାରିଖରେ  ସରୁଛି ଡେଡ଼ଲାଇନ। ତା’ ପୂର୍ବରୁ ହେବ ଶୁଣାଣି। 

ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ଶଲ ବୋମା ଘଟଣା ସାରା ରାଜ୍ୟ ସହ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଶନିବାର  ଏହାର ଶେଷ ସାକ୍ଷ୍ୟ ଗ୍ରହଣ ହୋଇଛି । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ଭର୍ଚୁଆଲ ମୋଡରେ କୋର୍ଟରେ ହାଜର ହୋଇଥିଲେ।  ଆସନ୍ତା ୫ ତାରିଖ ପ୍ରତିପକ୍ଷ ସାକ୍ଷ୍ୟ ନେଇ ହେବ ଶୁଣାଣି । ଆସନ୍ତା ୬ ତାରିଖରୁ ଆରମ୍ଭ  ହେବ ମାମଲାର ଶୁଣାଣି। ଏହି ମାମଲାକୁ ୩ ମାସ ଭିତରେ ସାରିବାକୁ ସୁପ୍ରିମ କୋର୍ଟ କଡ଼ା ନିର୍ଦେଶ ଦେଇଥିଲେ। ଜୁନ ୧୭ କୁ ୩ ମାସ ସରିଯାଉଥିବା ବେଳେ ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ହେବ ବୋଲି ଅନୁମାନ କରାଯାଉଛି।

ସୂଚନା ଅନୁସାରେ  ଭଇଁଷା କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କକ ପୁଅ ସୌମ୍ୟଶେଖର ସାହୁଙ୍କ ବାହାଘର ୨୦୧୮ ମସିହା ଫେବ୍ରୁଆରୀ ୧୭ ତାରିଖରେ ହୋଇଥିଲା I ବୃତ୍ତିଗତ ଶତ୍ରୁତାକୁ କେନ୍ଦ୍ର କରି ଅଧ୍ୟାପକ ପୁଞ୍ଜିଲାଲ  ବିବାହ ଉପହାର ଭାବେ ଏକ ଗିଫ୍ଟ ଦେଇଥିଲା । ୨୩ ତାରିଖ ଦିନ ପାର୍ସଲ୍‌ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା I ଏଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେ ମା’ ଜେମାମଣି ସାହୁଙ୍କର ମୃତ୍ୟୁ ଘଟିଥିଲା I ନବବିବାହିତା ପତ୍ନୀ ରୀମା ସାହୁ ଗୁରୁତର ଭାବେ ଆହତ ହୋଇଥିଲେ I ଘଟଣାର ତଦନ୍ତ କରି କ୍ରାଇମ୍‌ବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫   ତାରିଖରେ ଗିରଫ କରିଥିଲା I ସେବେ ଠାରୁ ପୁଞ୍ଜିଲାଲ ବଲାଙ୍ଗୀର ଜିଲ୍ଲା କାରାଗାରରେ ବିଚାର ବିଭାଗୀୟ କଏଦୀ ଭାବେ ଅଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.