ପ୍ରମୂଖ ଖବର
  • ରାୟଗଡ଼ା : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ
  • ||
  • ବଲାଙ୍ଗୀର : ଜାମପଡା ଜଙ୍ଗଲରୁ ଯୁବକଙ୍କ ମୃତଦେହ ଠାବ, ହତ୍ୟା ଅଭିଯୋଗ
  • ||
  • ରାଜସ୍ଥାନରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୩.୯ ରେକର୍ଡ଼
  • ||
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ

Published By : Manoj | August 7, 2025 9:53 AM

କେନ୍ଦ୍ରାପଡ଼ା/ପଟ୍ଟାମୁଣ୍ଡାଇ ୦୭/ ୦୮: ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍। ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ ।  ଏଏସ୍‌ଆଇଙ୍କୁ ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ବଦଳି କଲେ କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟ୍ଟାରିଆ । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ବଦଳି କରାଯାଇଛି। 

ସୂଚନା ଅନୁଯାୟୀ, ଛାତ୍ରୀଙ୍କ ତଥାକଥିତ ପ୍ରେମିକ ତାଙ୍କୁ  ବ୍ରେକ୍‌ଅପ୍‌ ପରେ ବ୍ଲାକ୍‌ମେଲ୍‌ କରୁଥିବା,  ଫଟୋ ଭାଇରାଲ୍‌ କରୁଥିବା, ହଇରାଣ ହରକତ ସହ ମାନସିକ ନିର୍ଯାତନା ଦେଉଥିବା ନେଇ ଥାନାରେ ପ୍ରାୟ ଛାତ୍ରୀ ଆତ୍ମଦାହ କରିବାର ୬ରୁ ୮ ମାସ ପୂର୍ବରୁ  ପରିବାର ଲୋକଙ୍କ ସହ ଯାଇ ସ୍ଥାନୀୟ ଥାନାରେ ଅଭିଯୋଗ କରିଥିଲେ । ଥାନାରେ ଗୁହାରି  ଜଣାଇବାକୁ ତାଙ୍କୁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା  କରିବାକୁ ପଡ଼ିଥିଲା। ହେଲେ ପୁଲିସ ଏଏସ୍‌ଆଇ  ଶୈଳେନ୍ଦ୍ର ମୋହନ ପଲେଇ ଏତଲା ରଖିନଥିଲେ ।  ଦାୟିତ୍ୱ ଖସାଇବାକୁ ଯାଇ ବ୍ଲାକମେଲ କରୁଥିବା ଛାତ୍ରୀଙ୍କ ତଥାକଥିତ ପ୍ରେମିକ ଯୁବକର  ଫୋନ୍‌ ନମ୍ବର ବ୍ଲକ୍‌ କରିବାକୁ କହିଥିଲେ । ବ୍ଲାକ୍‌ଲିଷ୍ଟରେ ପକାଇବାକୁ କହିଥିଲେ । କିନ୍ତୁ  ମାମଲା ହୋଇପାରିବ ନାହିଁ ବୋଲି ପୀଡ଼ିତାଙ୍କ ପରିବାରକୁ ମନା କରିଦେଇଥିଲେ ବୋଲି  ମୃତା ଛାତ୍ରୀଙ୍କ ବାପା ଅଭିଯୋଗ କରିଛନ୍ତି ।  ଏହା ପରେ ଫୋନ୍‌ରେ ମୌଖିକ ଭାବେ ଏ  ବିଷୟରେ ପୁଲିସକୁ ଜଣାଇଥିଲେ ହେଁ ପୁଲିସ  ପକ୍ଷରୁ କୌଣସି ସହଯୋଗ ମିଳିନଥିଲା । ପୁଲିସ  ଏତଲା ରଖିବା ପାଇଁ ମନା କରିଦେବା ପରେ  ଛାତ୍ରୀ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲେ । ପ୍ରେମିକର  ନିର୍ଯାତନା ଦିନକୁ ଦିନ ଅସହ୍ୟ ହୋଇ ଚାଲିଥିଲା ।  ଯାହା ସହିବା ତାଙ୍କ ପକ୍ଷେ ଆଉ ସମ୍ଭବ ହୋଇ  ପାରିନଥିଲା । ଆଉ ଆତ୍ମଦାହ କରିବାକୁ ନିଷ୍ପତ୍ତି  ନେଇଥିଲେ ବୋଲି ଚର୍ଚ୍ଚା ହେଉଛି । ଏ ଘଟଣା ପୁଣି ଥରେ ପୁଲିସ ଉପରକୁ ଅଙ୍ଗୁଳି ଉଠାଇଛି । ଏହି ଘଟଣା ପରେ ଗ୍ରାମାଞ୍ଚଳ ଥାନା ଏଏସ୍‌ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳିି କରାଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.