ମେଷ : ଏକାଦଶ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରାହୁ, ବୃହସ୍ପତି ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦଶମ ଚନ୍ଦ୍ର ଏବଂ ଅପରାହ୍ଣ ୩ଟା ୧୩ ମିନିଟ୍ ପର୍ଯ୍ୟନ୍ତ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା, ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପରିବାରରେ ଅଶାନ୍ତିର ପରିବେଶ ରହିବ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣାର ଅଭାବ ରହିବ । ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଅଷ୍ଟମ ଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସପ୍ତମ ଚନ୍ଦ୍ର, ରବିବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦ ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରାପାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଷଷ୍ଠ ଚନ୍ଦ୍ର, ରବିବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ : ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିବା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିିଳିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଚତୁର୍ଥ ଚନ୍ଦ୍ର, ରବିବାର ପଞ୍ଚମୀ ତିଥି ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଓ ହୃତଧନ ଫେରିପାଇବେ । ପୁରାତନ ବିବାଦ ଓ ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭର ଯୋଜନା କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ଧନୁ : ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ସୁଯୋଗ ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଜଗନ୍ନାଥ ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା :ମା’ ବିମଳା ।

କୁମ୍ଭ : ଶ୍ରୀଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ, ସର୍ବଜନ ଆଦୃତ ହେବ ଏବଂ ସୁଖାଦ୍ୟ ସୁବସନ ମିଳିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ, ସର୍ବଜନ ଆଦୃତ ହେବ ଏବଂ ମନରେ ପ୍ରସନ୍ନତା, ପରିବାରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଘାତଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩