ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝମଣାର ଅଭାବ ରହିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ସମଲେଶ୍ୱରୀ ।
ବୃଷ : ଅଷ୍ଟମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧ ଓ ପଦସ୍ଥ ଅଧିକାରୀଙ୍କ ଆକ୍ରୋଶର ଶିକାର ହେବେ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ସପ୍ତମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସୋମନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଘାତବାର ଓ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ଅସଫଳ ହେବେ ଏବଂ ଉଚ୍ଚ ଶିକ୍ଷା ପାଇବାରୁ ବଞ୍ଚିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ଭାଇଭଉଣୀଙ୍କ ବିରୋଧର ସମ୍ମୁଖୀନ ହେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସୋମନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର, ବୁଧବାର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ୍ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମ ପ୍ରତି ଏକାଗ୍ରତା ଭାବ ବୃଦ୍ଧି ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରମଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଧନିଷ୍ଠ କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କମଳା ।
ମୀନ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଅନୁଚିତ୍ କର୍ମରୁ ବିଚ୍ୟୁତ ହୋଇ ଉଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ସତ୍ଚିନ୍ତା,ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩