ମେଷ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତ ତିଥି ଯୋଗୁ କର୍ମ ବ୍ୟତୀତ ଅନ୍ୟ ସମସ୍ତ କ୍ଷେତ୍ରରେ ଅସଫଳ ହେବେ ଏବଂ ମନ ଅସ୍ଥିର, ବିଷାଦ ଗ୍ରସ୍ତ, ଚାପ ଗ୍ରସ୍ତ ରହିବ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶତ୍ରୁ ବୃଦ୍ଧି ଘଟିବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ କର୍ମରେ ସଫଳତା ଏବଂ ସହକର୍ମୀଙ୍କ ସହ ଯୋଗ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜାମେଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ବୃଷ : ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନ ବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମ କଦ୍ଦମାରେ ପଡ଼ି ପାରନ୍ତି । ପାରିବାର ବିବାଦ, ଜମିଜମା ବିବାଦ ଲାଗି ରହିବ ଏବଂ ବୟୋ ଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ମିଥୁନ : ତୃତୀୟ ଚନ୍ଦ୍ର, ଶନିବାର ଓ ସକାଳ ୯ଟା ୨୨ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ପୁତ୍ର କନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତ ଚନ୍ଦ୍ର, ଘାତ ତିଥି ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଶ୍ରୀଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଘାତବାର, ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା, ସମସ୍ତକର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ହସ୍ତାକନ୍ୟା ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଏକାଦଶଚନ୍ଦ୍ର, ଶନିବାର ଓ ସକାଳ ୯ଟା ୨୬ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିପାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ସ୍ୱାତୀତୁଳା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଚଣ୍ଡୀ ।
ବିଛା : ଦଶମଚନ୍ଦ୍ରଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ଆଜି ଯେ କୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଘାତଚନ୍ଦ୍ର, ଶନିବାର ସକାଳ ୯ଟା ୨୬ ମିନିଟ୍ ପର୍ଯ୍ୟନ୍ତ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣାମକର ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ସପ୍ତମଚନ୍ଦ୍ର, ଶନିବାର ଓ ସକାଳ ୯ଟା ୨୬ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପରକରଣ କ୍ରୟ କରିବେ ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତ ଭିଷା କୁମ୍ଭ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ଷଷ୍ଠଚନ୍ଦ୍ର, ଷଷ୍ଠୀତିଥି ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ କିମ୍ବା କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମାହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରା ଭାଦ୍ର ମୀନ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩