ମେଷ : ଶୁକ୍କପକ୍ଷର ପଞ୍ଚମ ଚନ୍ଦ୍ର, ଘାତବାର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ଇତର ଜନଠାରୁ ଅପମାନ ପାଇବେ । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିିଳିବ । ସନ୍ତାନମାନଙ୍କ କର୍ମ, ବ୍ୟବହାର, ଚାଲିଚଳନ, କଥାବାର୍ତ୍ତା ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ବେଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଯାନବାହନରେ ଖର୍ଚ୍ଚାନ୍ତ, ନିଜର ପ୍ରିୟ ବନ୍ଧୁଙ୍କ ସହ ଅପ୍ରିୟତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କାଳୀ ।
ମିଥୁନ : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର, ରବିବାର ଓ ସକାଳ ୯ଟା ୩୫ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ମନରେ ଦୃଢ଼ ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଅପରାହ୍ଣ ୩ଟା ୪୦ ମିନିଟ୍ ପରେ ତୃତିୟ ଚନ୍ଦ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ରବିବାର ସକାଳ ୯ଟା ୩୧ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ସମାଜସେବାରେ ନିଜକୁ ସାମିଲ୍ କରିବେ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କ ଶ୍ରଦ୍ଧାଭାଜନ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କ୍ଷେତ୍ରରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ଭାବେ ଜମା କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଅପରାହ୍ଣ ୩ଟା ୪୦ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଅଶୁଭଫଳ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦଶମ ଓ ଏକାଦଶ ଚନ୍ଦ୍ର, ରବିବାର ଏବଂ ସକାଳ ୯ଟା ୫୪ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ଧନୁ : ନବମ ଓ ଦଶମ ଚନ୍ଦ୍ର, ରବିବାର ସକାଳ ୯ଟା ୩୫ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୁର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଅପରାହ୍ଣ ୩ଟା ୪୦ ମିନିଟ୍ ପରେ ନବମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଅପରାହ୍ଣ ୩ଟା ୪୦ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି, ରବିବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଅପରାହ୍ଣ ୩ଟା ୪୦ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ, ବ୍ୟବସାୟରେ ଅଶୁଭଫଳ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ରବିବାର ସକାଳ ୯ଟା ୩୧ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ଭାବେ ମୁକ୍ତି ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩