ମେଷ : ଦଶମ ଚନ୍ଦ୍ର, ପଞ୍ଚମୀ ତିଥି ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କାର୍ଯ୍ୟରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅମନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ସମସ୍ତ ଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କାଳୀ ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକଶ ପାଇବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରେ ଦିନଟି କଟିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଉପୁଜିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଓ ଘାତନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପାରିବାରିକ ବିବାଦ ଓ ଜମିଜମା ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର, ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନଯୋଗ କରିବେ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ତୃତୀୟ ଚନ୍ଦ୍ର, ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ପରିବାରର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କଠାରୁ ଆର୍ଥିକ ସହାୟତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର, କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଶ୍ରୀଚନ୍ଦ୍ର, ଶୁକ୍ରବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଏକାଦଶ ଚନ୍ଦ୍ର, ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩