ମେଷ : ଅପରାହ୍ଣ ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଓ ସ୍ୱଜନରେ ସୁସମ୍ପର୍କ ଏବଂ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ, କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ପୂର୍ବରୁ ହୋଇଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଶୁକ୍ରବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ପରିବାର ସଦସ୍ୟ ଓ ପରିଚିତ ମହିଳାଙ୍କଠାରୁ ସହଯୋଗ ମିଳିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ଭାବେ ମୁକ୍ତି ପାଇବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ଆପଣଙ୍କ ବକ୍ତବ୍ୟରେ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଅପରାହ୍ଣ ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ପରିବାରରେ ଅଶାନ୍ତି, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମାନ, ସମ୍ମାନ ହାନି ଘଟିବ ଏବଂ ବାଣିଜ୍ୟ, ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଅପରାହ୍ଣ ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ ଏବଂ ପରିବାରରେ ସୁଖ, ଶାନ୍ତି ଅତୁଟ ରହିବ । ଏହାପରେ ଚତୁର୍ଥ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଓ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା,ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଅପରାହ୍ଣ ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଓ ଘାତବାର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତବାର, ଘାତତିଥି ଏବଂ ଅପରାହ୍ଣ ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ନାହିଁ । ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଦଶମ ଓ ଏକାଦଶ ଚନ୍ଦ୍ର, ଶୁକ୍ରବାର ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ କୃପା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କମଳା ।

କୁମ୍ଭ : ନବମ ଓ ଦଶମ ଚନ୍ଦ୍ର, ଶୁକ୍ରବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଘାତବାର, ଅପରାହ୍ଣ ୧୨ଟା ୩୪ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହାପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ କିଛିଟା ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତବାର ଯୋଗୁ କିଛି ସମସ୍ୟା ଉପୁଜିବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ,ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩