ମେଷ : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ବୃଷ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା,ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ଅତି ଉତ୍ତମ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଏକାଦଶ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା :୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଦଶମ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପରିସ୍ଥିତି, ପରିବେଶ, ସମୟ ଆପଣଙ୍କ ସପକ୍ଷରେ ଯିବ । କର୍ମରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁର୍ବାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ଅନ୍ୟକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ଦାମ୍ପତ୍ୟ ଜୀବନରେ କଳହ କିମ୍ବା ସହକର୍ମୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅନୁରାଧା ବିଛା,ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଷଷ୍ଠ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ସକାଳ ୮ଟା ୨୯ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଉପୁଜିବ ଏବଂ ସେମାନଙ୍କ କଥାବାର୍ତ୍ତା ଓ ଚାଲିଚଳନ ବିବାଦୀୟ ହେବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା , ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ତୃତୀୟ ଚନ୍ଦ୍ର, ରବିବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩