ମେଷ : ସକାଳ ୧୦ଟା ୦୭ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଓ ପରେ ପଞ୍ଚମ ଚନ୍ଦ୍ର ଭୋଗ ହେଲେ ମଧ୍ୟ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିବ ନାହିଁ ଏବଂ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ବିଦ୍ୟା ଓ କଳାରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ସକାଳ ୭ଟା ୧୦ ମିନିଟ୍ ପରେ ଘାତଚନ୍ଦ୍ର ଭୋଗ ହେଉଥିôବାରୁ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।
ବୃଷ : ସକାଳ ୧୦ଟା ୦୭ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ତୃତୀୟ ଚନ୍ଦ୍ର, ଶୁକ୍ରବାର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ସ୍ୱଜନ, ପରିଜନ, ବନ୍ଧୁବନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ସକାଳ ୧୦ଟା ୦୭ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ଫେରାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ସକାଳ ୧୦ଟା ୦୭ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ପୂର୍ବରୁ ହୋଇଥିôବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା : ସକାଳ ୧୦.୦୭ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା ଓ ଉତ୍ତରାଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ରହିବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଦଶମ ଓ ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।
ବିଛା : ଘାତବାର ଓ ନବମ ତଥା ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ କର୍ମନିଯୁକ୍ତିର ସୁଯୋଗ ଜୁଟିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ଘାତବାର ଓ ସକାଳ ୧୦ଟା ୦୭ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଭଲଭାବେ ଚିନ୍ତା କରିବେ । ଏହାପରେ ନବମ ଚନ୍ଦ୍ର ଭୋଗ ହେଉଥିବାରୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ସକାଳ ୧୦ଟା ୦୭ ମିନିଟ୍ ପରେ ଘାତଚନ୍ଦ୍ର, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଚଳାଚଳ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ କମଳା ।
କୁମ୍ଭ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ,ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଓ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ବୃଦ୍ଧି ଘଟିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଘାତବାର ଓ ପଞ୍ଚମ ଚନ୍ଦ୍ର ଏବଂ ଷଷ୍ଠ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବେ ଏବଂ ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩