ମେଷ : ସକାଳ ୯ଟା ୨୫ ମିନିଟ୍ ପର୍ଯ୍ୟନ୍ତ ଘାତ ଚନ୍ଦ୍ର ଓ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ଆୟ ପାଞ୍ଚ ଟଙ୍କାହେଲେ ବ୍ୟୟ ପଚିଶ ଟଙ୍କା ହେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦ ଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୭, ଆରାଧନା : ପ୍ରଭୁହନୁମାନ ।

ବୃଷ : ଦ୍ୱାଦଶଚନ୍ଦ୍ର, ଶ୍ରୀଚନ୍ଦ୍ରଉଭୟଭୋଗହେଉଥିବାରୁଏବଂଘାତବାରଯୋଗୁଘାତବାରରପ୍ରଭାବରହିବ ନାହିଁ ।ସ୍ୱଜନରେସୁସମ୍ପର୍କ ଓ ସମସ୍ତକର୍ମରେସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ସୁଖବର, ସୁସମ୍ବାଦ ମିଳିବଏବଂସମସ୍ତକର୍ମରେସୁଚିନ୍ତିତପଦକ୍ଷେପଗ୍ରହଣକରିବେ । ଆମୋଦପ୍ରମୋଦ, ମଉଜମଜଲିସ୍ରେ ଅଧିକ ଆଗ୍ରହରହିବଏବଂପରିବାରରସମସ୍ତସଦସ୍ୟଙ୍କମଧ୍ୟରେଉତ୍ତମବୁଝାମଣାରହିବ ।ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତିରହିବ ।ଯେଉଁମାନଙ୍କରରୋହିଣୀ ଓ ମୃଗଶିରାବୃଷ, ସେମାନେ ସୁଫଳପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ଛିନ୍ନମସ୍ତା ।

ମିଥୁନ : ଏକାଦଶ ଓ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର କମ୍ ରହିବ ଏବଂ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଦଶମ ଓ ଏକାଦଶ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତିଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତି ପତ୍ତି ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଲେଷା କର୍କଟ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୮, ଆରାଧନା : ଭଗବାନ ଶିବ ।

ସିଂହ : ଦଶମଚନ୍ଦ୍ର, ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଆଜି ଯେ କୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବ ଫାଲ୍ଗୁନୀସିଂହ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁଗଜାନନ ।

କନ୍ୟା : ଅଷ୍ଟମ ଓ ନବମ ଚନ୍ଦ୍ର, ଘାତବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ସଂଯମତା ରକ୍ଷା କରିବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବିଘ୍ନ ଦେଖା ଦେବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ କନ୍ୟା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ସକାଳ ୯ଟା ୨୬ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ । ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ସ୍ୱାତୀତୁଳା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ କମଳା ।

ବିଛା : ଘାତଚନ୍ଦ୍ରଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ର ପାତ ହେବ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ନିଜର ଲୋକମାନେ ଦୂରେଇ ଯିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଷଷ୍ଠଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର : ସକାଳ ୯ଟା ୨୫ ମିନିଟ୍ ପରେ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂର ଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ୍ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଉପୁଜିବ ଏବଂ ସେମାନଙ୍କର ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମାନ, ସମ୍ମାନ ହାନି ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ତୃତୀୟଓ ଚତୁର୍ଥ ଚନ୍ଦ୍ର, ଶନିବାର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

ମୀନ : ସକାଳ ୯ଟା ୨୫ ମିନିଟ୍ ପରେ ଦ୍ୱିତୀୟ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତକର୍ମରେ ନିଜର ଶ୍ରେଷ୍ଠତା ପ୍ରତି ପାଦନ କରିବେ । ଯେଉଁମାନଙ୍କର ପୂର୍ବ ଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩